
ଅଚ୍ୟୁତ ସାମନ୍ତଙ୍କୁ ଏସ୍ଆର୍ଏମ୍ ବିଶ୍ୱବିଦ୍ୟାଳୟରୁ ୬୯ତମ ସମ୍ମାନସୂଚକ ଡକ୍ଟରେଟ୍
ଭୁବନେଶ୍ୱର : ଶିକ୍ଷାବିତ୍, ସମାଜସେବୀ ତଥା କିଟ୍ ଓ କିସ୍ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତଙ୍କୁ ଏସ୍ଆର୍ଏମ୍ ବିଶ୍ୱବିଦ୍ୟାଳୟ, ସୋନିପତ ପକ୍ଷରୁ ସମ୍ମାନସୂଚକ ଡକ୍ଟରେଟ୍ ପ୍ରଦାନ କରାଯାଇଛି। ଏସ୍ଆର୍ଏମ୍ ବିଶ୍ୱବିଦ୍ୟାଳୟର ତୃତୀୟ ସମାବର୍ତ୍ତନ ଉତ୍ସବ ଅବସରରେ ଶୁକ୍ରବାର ଶ୍ରୀ ସାମନ୍ତଙ୍କୁ





























