Live Odisha Tv

ଆସନ୍ତାକାଲି ଠାରୁ ରାଜ୍ୟରେ ବଢିବ ବର୍ଷାର ପରିମାଣ

ଭୁବନେଶ୍ୱର : ଆସନ୍ତା କାଲି ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟର ସମ୍ଭାବନା ରହିଛି । ଏହାର ପ୍ରଭାବରେ ବଢିବ ବର୍ଷାର ପରିମାଣ । ସେପଟେ ରାଜ୍ୟରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ଲାଗିରହିଛି । ଆଜି ଉପକୂଳ ଓଡିଶାର କିଛିକିଛି ଅଞ୍ଚଳରେ ବିଜୁଳି ଘଡଘଡି ସହ ହାଲୁକା ବର୍ଷା ହୋଇଛି । ଏନେଇ ୧୨ ଜିଲ୍ଲାକୁ ୟୋଲୋ ୱାର୍ଣ୍ଣିଂ ଜାରି ହୋଇଛି । ୮ ଟି ଜିଲ୍ଲା ମୟୂରଭଞ୍ଜ, କେନ୍ଦୁଝର, ଖୋର୍ଦ୍ଧା , ଗଞ୍ଜାମ , ଗଜପତି, ରାୟଗଡା, କୋରାପୁଟ, ମାଲକାନଗିରିକୁ ୟୋଲୋ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ । ଆସନ୍ତାକାଲି ପ୍ରବଳ ବର୍ଷା ନେଇ ୧୦ ଜିଲ୍ଲାକୁ ଓ ୧୫ ତାରିଖରେ ୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛ ।

ରାଜ୍ୟରେ ଆଗକୁ ବଢିବ ବର୍ଷା । ଏହାପରେ ଆଗ ପଛ ହୋଇ ବଙ୍ଗୋପସାଗରରେ ଦୁଇଟି ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି ।  ଆସନ୍ତା ୧୪ ତାରିଖରେ ଉତ୍ତର ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବା ସହିତ ଆସନ୍ତା ୧୯ ତାରିଖ ବେଳକୁ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି । ଯାହାକି ଲଘୁଚାପରେ ପରିଣତ ହେବ ବୋଲି ଅନୁମାନ କରାଯାଉଛି । ଏନେଇ ୧୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏହାସହ ୧୪ ତାରିଖ ବେଳକୁ ୧୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଥିବା ବେଳେ ୧୫ ତାରିଖ ବେଳକୁ ୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି ୧୭ ତାରିଖରେ ମଧ୍ୟ ରାଜ୍ୟର ଅନେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ଆଂଚଳିକ ପାଣିପାଗ ପକ୍ଷରୁ ସୂଚନା ମିଳିଛି ।

ଆସନ୍ତାକାଲି ଠାରୁ ରାଜ୍ୟରେ ବର୍ଷାର ପରିମାଣ ବଢିବ। ଆସନ୍ତା ୧୯ ତାରିଖ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ବିଜୁଳି, ଘଡ଼ଘଡି ସହ ବର୍ଷା ହେବାର ସମ୍ଭାବନା ରହିଛି। ଆସନ୍ତାକାଲି ପାଇଁ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ୮ ଜିଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି। ପାଣିପାଗ କେନ୍ଦ୍ର ସୂଚନା ଅନୁଯାୟୀ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, ଗଜପତି, ଗଞ୍ଜାମ, ମୟୂରଭଞ୍ଜ, କେନ୍ଦୁଝର ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି।

Digital Griot