Live Odisha Tv

ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର : ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହୋଇଛି । ଉତ୍ତର-ପଶ୍ଚିମ ଏବଂ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପ ସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଲଘୁଚାପ ପ୍ରଭାବରେ ଆସନ୍ତା ୧୭ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଏଥିସହିତ ୧୯ତାରିଖ ବେଳକୁ ଆଉ ଏକ ଲଘୁଚାପ ଉତ୍ତର ବଙ୍ଗୋପସାଗରରେ ସୃଷ୍ଟି ହୋଇପାରେ ବୋଲି ପୂର୍ବାନୁମାନ କରାଯାଇଛି। ଏହା ପ୍ରଭାବରେ ରାଜ୍ୟର ବିଭିନ୍ନ ଅଞ୍ଚଳରେ ପ୍ରବଳ ବର୍ଷା ହୋଇପାରେ। ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ ଥିବାରୁ ଅନେକ ଅଞ୍ଚଳରେ ବର୍ଷା ହେଉଛି। ଆସନ୍ତା ୨୪ଘଣ୍ଟା ମଧ୍ୟରେ ନବରଙ୍ଗପୁର, ନୂଆପଡା, ବଲାଙ୍ଗିର, କଳାହାଣ୍ଡି, ରାୟଗଡା ଏବଂ କୋରାପୁଟ ଜିଲାର ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବା ନେଇ ପାଣିପାଗ ବିଭାଗ ୟେଲୋ ୱାର୍ଣ୍ଣିଂ ଜାରି କରିଛି।

Digital Griot