Live Odisha Tv

ଲଘୁଚାପ ପ୍ରଭାବରେ ପ୍ରବଳ ବର୍ଷା ସମ୍ଭାବନା

ଆସୁଛି ଆଉ ଏକ ଲଘୁଚାପ । ଗୋଟିଏ ଲଘୁଚାପର ପ୍ରଭାବ ନସରୁଣୁ ଆଉ ଗୋଟିଏ ଲଘୁଚାପ ସୃଷ୍ଟି ହେଲାଣି । ଫଳରେ ରାଜ୍ୟରେ ପ୍ରବଳ ବର୍ଷା ଲାଗି ରହିଛି । ଏନେଇ ଆଂଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି । ଗାଙ୍ଗେୟ ପଶ୍ଚିମବଙ୍ଗ ଓ ସଂଲଗ୍ନ ବାଂଲାଦେଶରେ ଏହି ଘୁର୍ଣ୍ଣି ବଳୟ ସୃଷ୍ଟି ହୋଇଛି । ଯାହା ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଲଘୁଚାପରେ ପରିଣତ ହେବ । ଆଉ ଏହାର ପ୍ରଭାବରେ ପଶ୍ଚିମ ଓଡିଶା ସମେତ କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।

ସେପଟେ ଆଜି ପ୍ରବଳ ବର୍ଷା ପାଇଁ ୫ ଜିଲ୍ଲା ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସୋନପୁର ଓ ବଲାଙ୍ଗିରକୁ ୟେଲୋ ୱାଣ୍ଡିଂ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରୋ ୯ ତାରିଖରେ ४ ଜିଲ୍ଲାକୁ ଆଲର୍ଟ କରାଯାଇଛି। ସୁନ୍ଦରଗଡ଼, ସମ୍ବଲପୁର, ଝାରସୁଗୁଡ଼ା ଏବଂ ଦେବଗଡ଼ ଜିଲ୍ଲାରେ ପ୍ରବଳ ବର୍ଷିପାରୋ ୧୦ ତାରିଖରେ ମଧ୍ୟ କିଛି ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରୋ ୧୦ ପରେ ବର୍ଷାର ପ୍ରଭାବ କମିବା ଅନ୍ୟପଟେ ଜୁନ ମାସରୁ ଏପର‌୍ୟ୍ୟନ୍ତ ରାଜ୍ୟରେ ୧୧ ପ୍ରତିଶତ ନିଅଣ୍ଟିଆ ବର୍ଷା ରେକର୍ଡ ହୋଇଛି ।

Digital Griot