Live Odisha Tv

Live Odisha TV
Digital Griot
Search
Close this search box.
Traffic Tail SEO services

instagram bio for boys stylish font
instagram vip bio
instagram stylish bio
stylish bio for instagram
sanskrit bio for instagram
instagram bio in punjabi
instagram bio in hindi
rajput bio for instagram
facebook page name ideas
facebook status in hindi

୫ବର୍ଷରେ ମିଳିବ ମୋଟ ୫୦ହଜାର ଟଙ୍କା

ରାଜ୍ୟର ମହିଳାମାନଙ୍କୁ ବର୍ଷକୁ ୧୦ହଜାର ଟଙ୍କା ଲେଖାଏଁ ହାତଖର୍ଚ୍ଚ ରାଜ୍ୟ ସରକାର ଯୋଗାଇଦେବେ । ପ୍ରତିବର୍ଷ ରାକ୍ଷୀ ପୂର୍ଣ୍ଣିମା ଓ ମହିଳା ଦିବସରେ ୨ଟି କିସ୍ତିରେ ଏହି ଟଙ୍କା ମହିଳାଙ୍କ ବ୍ୟାଙ୍କ ଆକାଉଣ୍ଟକୁ ଯିବ । ସେମାନେ ନିଜ ଇଚ୍ଛାରେ ଏହି ଟଙ୍କା ଖର୍ଚ୍ଚ କରିପାରିବେ । ଆର୍ଥିକ ସ୍ୱଚ୍ଛଳ ବର୍ଗର ମହିଳା, ସରକାରୀ ଚାକିରି କରୁଥିବା ମହିଳା ଓ ଆୟକର ପ୍ରଦାନ କରୁଥିବା ମହିଳାମାନଙ୍କୁ ବାଦ୍ ଦେଇ ରାଜ୍ୟର ୨୧ବର୍ଷରୁ ଅଧିକ ଓ ୬୦ବର୍ଷରୁ କମ୍ ସମସ୍ତ ଯୋଗ୍ୟ ମହିଳାମାନେ ଏହି ଟଙ୍କା ପାଇପାରିବେ । ପ୍ରାୟ ଏକ କୋଟିରୁ ଅଧିକ ମହିଳା ବର୍ଷକୁ ଏହି ୧୦ହଜାର ଟଙ୍କା ଲେଖାଏଁ ହାତଖର୍ଚ୍ଚ ଚଳିତ ଆର୍ଥିକ ବର୍ଷରୁ ପାଇବେ । ରାଜ୍ୟରେ କ୍ଷମତାସୀନ ବିଜେପି ସରକାରର ମହତ୍ୱାକାଂକ୍ଷୀ ଯୋଜନା ‘ସୁଭଦ୍ରା’ର ଗାଇଡଲାଇନକୁ ରାଜ୍ୟ କ୍ୟାବିନେଟର ମଞ୍ଜୁରୀ ମିଳିବା ପରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ବିଧାନସଭାରେ ଏହି ଘୋଷଣା କରିଛନ୍ତି ।

ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ଏହି ‘ସୁଭଦ୍ରା’ ଯୋଜନା ସମ୍ପର୍କରେ ସୂଚନା ଦେଇ କହିଛନ୍ତି ଯେ, ଅଗଷ୍ଟ ୨୨ତାରିଖରେ ରାଜ୍ୟ କ୍ୟାବିନେଟ୍ ବୈଠକରେ ‘ସୁଭଦ୍ରା’ ଯୋଜନାକୁ ଚଳିତ ୨୦୨୪-୨୫ ଆର୍ଥିକ ବର୍ଷରୁ ୨୦୨୮-୨୯ ଆର୍ଥିକ ବର୍ଷ ପର୍ଯ୍ୟନ୍ତ କାର୍ଯ୍ୟକାରୀ କରାଯିବା ନେଇ ନିଷ୍ପତ୍ତି ହୋଇଛି।୨୦୨୮-୨୯ ମସିହା ପର୍ଯ୍ୟନ୍ତ କାର୍ଯ୍ୟକାରୀ ହେବାକୁ ଥିବା ଏହି ଯୋଜନା ପାଇଁ ମୋଟ ୫୫୮୨୫ କୋଟିର ବଜେଟ୍ ଧାର୍ଯ୍ୟ ହୋଇଛି । ଏହି ଯୋଜନାରେ ରାଜ୍ୟର ୧କୋଟିରୁ ଅଧିକ ମହିଳାଙ୍କ ଜୀବନରେ ପରିବର୍ତ୍ତନ ଆସିବ ବୋଲି ସେ କହିଛନ୍ତି ।

ସେ କହିଛନ୍ତି ଯେ, ତାଙ୍କ ସରକାର ଅନ୍ତ୍ୟୋଦୟରେ ବିଶ୍ୱାସ କରନ୍ତି । ତେଣୁ ଆର୍ଥିକ ସ୍ୱଚ୍ଛଳ ବର୍ଗର ମହିଳା, ସରକାରୀ ଚାକିରି କରୁଥିବା ମହିଳା ଓ ଆୟକର ପ୍ରଦାନ କରୁଥିବା ମହିଳମାନଙ୍କୁ ଏହି ଯୋଜନାରୁ ବାଦ୍ ଦିଆଯିବ । ସେହିପରି କୌଣସି ଯୋଜନାରେ ଯଦି କେହି ମହିଳା ମାସିକ ୧୫୦୦ଟଙ୍କା ଅବା ତଦୁର୍ଦ୍ଧ୍ୱ ସହାୟତା ଅବା ବାର୍ଷିକ ୧୮ହଜାର ଟଙ୍କାରୁ  ଅଧିକ ସହାୟତା ରାଶି ପାଉଥିବେ ତା’ହେଲେ ସେ ସୁଭଦ୍ରା ଯୋଜନା ପାଇଁ ଯୋଗ୍ୟ ବିବେଚିତ ହେବେନାହିଁ ।

ପ୍ରତ୍ୟେକ ହିତାଧିକାରୀଙ୍କୁ ରାକ୍ଷୀ ପୂର୍ଣ୍ଣିମା ଓ ଆନ୍ତର୍ଜାତିକ ମହିଳା ଦିବସରେ ୫ହଜାର ଟଙ୍କା ଲେଖାଏଁ ବାର୍ଷିକ ୧୦ହଜାର ଟଙ୍କା ପ୍ରଦାନ କରାଯିବ । ତେଣୁ ୫ବର୍ଷରେ ଜଣେ ଯୋଗ୍ୟ ମହିଳା ହିତାଧିକାରୀ ମୋଟ ୫୦ହଜାର ଟଙ୍କା ପାଇବେ । ସହାୟତା ପ୍ରଦାନରେ ସ୍ୱଚ୍ଛତା ଆଣିବା ପାଇଁ ଆଧାର ପେମେଂଟ ବ୍ରିଜ୍ ସିଷ୍ଟମ(ଏପିବିଏସ) ମାଧ୍ୟମରେ ଯୋଗ୍ୟ ହିତାଧିକାରୀଙ୍କ ଡିବିଟି ବ୍ୟାଙ୍କ ଆକାଉଣ୍ଟାକୁ ସିଧାସଳଖ ଆର୍ଥିକ ସହାୟତା ରାଶି ପ୍ରଦାନ କରାଯିବ । ଏହାସହିତ ହିତାଧିକାରୀମାନଙ୍କୁ ‘ସୁଭ୍ରଦା’ ଡେବିଟ୍ କାର୍ଡ ମଧ୍ୟ ପ୍ରଦାନ କରାଯିବ ।

ସେହିପରି ଡିଜିଟାଲ କାରାବାରକୁ ପ୍ରୋତ୍ସାହିତ କରିବା ପାଇଁ ରାଜ୍ୟର ପ୍ରତ୍ୟେକ ପଂଚାୟତ ଓ ସହରାଂଚଳରେ ସର୍ବାଧିକ ପରିମାଣର ଡିଜିଟାଲ କାରବାର କରିଥିବା ୧୦୦ଜଣ ହିତାଧିକାରୀଙ୍କୁ ଚିହ୍ନଟ କରି ଅତିରିକ୍ତ ୫୦୦ଟଙ୍କା ପ୍ରୋତ୍ସାହନ ରାଶି ଦିଆଯିବ । ଏହି ଯୋଜନାରେ ସାମିଲ ହେବା ପାଇଁ ମହିଳମାନେ ଅଙ୍ଗନବାଡ଼ି କେନ୍ଦ୍ର, ବ୍ଲକ କାର୍ଯ୍ୟାଳୟ, ମୋ ସେବା କେନ୍ଦ୍ର, ଜନସେବା କେନ୍ଦ୍ର ଆଦିରେ ମାଗଣାରେ ଉପଲବ୍ଧ ଫର୍ମ ପୂରଣ କରି ଆବେଦନ କରିପାରିବେ । ସୁଭଦ୍ରା ଯୋଜନା ପାଇଁ ଏକ କଲ୍ ସେଂଟର ମଧ୍ୟ କାର୍ଯ୍ୟକ୍ଷମ ହେବ ।

ଏହି ଯୋଜନାକୁ କାର୍ଯ୍ୟକାରୀ ଓ ତଦାରଖ କରିବା ପାଇଁ ମହିଳା ଓ ଶିଶୁ ବିକାଶ ବିଭାଗ ଅଧୀନରେ ଏକ ‘ସୁଭଦ୍ରା ସୋସାଇଟି’ ଗଠନ କରାଯିବ । ସୁଭଦ୍ରା ଯୋଜନାର ଶୁଭାରମ୍ଭ ଯଥାଶୀଘ୍ର କରିବା ପାଇଁ ସରକାର ପଦକ୍ଷେପ ନେଉଛନ୍ତି । ସରକାରଙ୍କ ଦ୍ୱାରା ଜନସାଧାରଣଙ୍କୁ ଦିଆଯାଇଥିବା ପ୍ରତିଶ୍ରୁତିକୁ ପୂରଣ କରିବା ପାଇଁ ରାଜ୍ୟ କ୍ୟାବିନେଟର ଏହା ଦୂରଦୃଷ୍ଟି ସମ୍ପନ୍ନ ଓ ସୁଦୂରପ୍ରସାରୀ ନିଷ୍ପତ୍ତି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।

 

Digital Griot