Live Odisha Tv

‘ସୁଭଦ୍ରା’ ପଞ୍ଜୀକରଣ ୧ କୋଟି ଛୁଇଁଲା

ଅକ୍ଟୋବର ୭ ତାରିଖ ସୁଦ୍ଧା ରାଜ୍ୟର ୧ କୋଟି ୨୦ ହଜାର ମହିଳା ହିତାଧିକାରୀ ସୁଭଦ୍ରା ଯୋଜନାରେ ପଞ୍ଜୀକରଣ କରିଛନ୍ତି। ଆସନ୍ତା ଅକ୍ଟୋବର ୯ ତାରିଖରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବାରିପଦାରେ ୩୫ ଲକ୍ଷରୁ ଅଧିକ ହିତାଧିକାରୀଙ୍କୁ ଦ୍ଵିତୀୟ ପର୍ଯ୍ୟାୟରେ ସୁଭଦ୍ରା ଯୋଜନାର ପ୍ରଥମ କିସ୍ତି ପ୍ରଦାନ କରିବେ।

ହିତାଧିକାରୀମାନଙ୍କ ବ୍ୟାଙ୍କ ଖାତା ସଚଳ ଅଛି କି ନାହିଁ ତାହା ପରୀକ୍ଷା କରିବା ସହ ସ୍ଵଚ୍ଛତା ଅନୁଧ୍ୟାନ କରିବା ନିମନ୍ତେ ପ୍ରଥମ ପର୍ଯ୍ୟାୟରେ ଯୋଗ୍ୟ ବିବେଚିତ ହୋଇଥିବା ହିତାଧିକାରୀଙ୍କ ବ୍ୟାଙ୍କ ଆକାଉଣ୍ଟକୁ ପରୀକ୍ଷାମୂଳକ ଭାବେ ଏକ ଟଙ୍କା ପଠାଯିବାର ବ୍ୟବସ୍ଥା କରାଯାଇଥିଲା। କିନ୍ତୁ ଦ୍ଵିତୀୟ ପର୍ଯ୍ୟାୟ ନିମନ୍ତେ ଏପରି କିଛି ବ୍ୟବସ୍ଥା ଏଯାବତ ଆରମ୍ଭ କରାଯାଇନାହିଁ ବୋଲି ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସ୍ପଷ୍ଟ କରାଯାଇଛି। ସୋଶାଲ ମିଡିଆରେ ଚାଲୁଥିବା ଏହି ମିଥ୍ୟା ଖବର ଦ୍ଵାରା ଭ୍ରମିତ ନ ହେବା ପାଇଁ ବିଭାଗ ତରଫରୁ ଅନୁରୋଧ କରାଯାଇଛି।

‘ସୁଭଦ୍ରା’ ଯୋଜନା ସମ୍ବନ୍ଧୀୟ ସମସ୍ତ ଅପଡେଟ ଖବର ପାଇଁ ସୁଭଦ୍ରାର ଅଫିସିଆଲ ୱେବସାଇଟ କିମ୍ବା ଅଫିସିଆଲ ସୋଶାଲ ମିଡିଆକୁ ଅନୁସରଣ କରନ୍ତୁ ଅବା ଟୋଲ ଫ୍ରୀ ନମ୍ବର- ୧୪୬୭୮କୁ କଲ୍‌ କରନ୍ତୁ ବୋଲି ବିଭାଗ ପକ୍ଷରୁ କୁହାଯାଇଛି।

Digital Griot