ଆସନ୍ତା ୧୭ ତାରିଖ ପର୍ଯ୍ୟନ୍ତ ପ୍ରବଳ ବର୍ଷା

ଭୁବନେଶ୍ୱର: ଆସନ୍ତା ଆସନ୍ତା ୧୩ ତାରିଖ ସୁଦ୍ଧା ଉତ୍ତର-ପଶ୍ଚିମ ଏବଂ ସଂଲଗ୍ନ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ଯାହାର ପ୍ରଭାବରେ ଓଡ଼ିଶାର ବିଭିନ୍ନ ଅଞ୍ଚଳରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଲଘୁଚାପ ପ୍ରଭାବରେ ଆସନ୍ତା ୧୭ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ହେବାର ସମ୍ଭାବନା ରହିଛି । ଏନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି । ଆସନ୍ତା ୨୪ ଘଣ୍ଟାରେ ବିଜୁଳି ଘଡ଼ଘଡ଼ି ସହ ହାଲୁକାରୁ ମଧ୍ୟମ ଧରଣର ବର୍ଷା ପାଇଁ ୨୩ ଜିଲ୍ଲା ମୟୁରଭଞ୍ଜ, କେନ୍ଦୁଝର, ବାଲେଶ୍ଵର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ସୋନପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ମାଲକାନାଗିରି, କୋରାପୁଟ,ରାୟଗଡ଼ାକୁ ୟେଲୋ ଆଲର୍ଟ ଜାରି କରାଯାଇଛି। ଆସନ୍ତା ୧୩ ତାରିଖରେ ପବନର ବେଗ ବୃଦ୍ଧି ପାଇବାର ସମ୍ଭାବନା ଥିବାରୁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମଧ୍ୟକୁ ଯିବାକୁ ବାରଣ କରାଯାଇଛି । ବର୍ଷା ପାଇଁ  ଆସନ୍ତା ୧୭ ତାରିଖ ପର୍ଯ୍ୟନ୍ତ ରାଜ୍ୟବାସୀଙ୍କୁ ସତର୍କ ସୂଚନା ଜାରି କରାଯାଇଛି ।

Similar Posts

Leave a Reply

Your email address will not be published. Required fields are marked *