Live Odisha Tv

ଅରବିନ୍ଦଙ୍କୁ ଶ୍ରୀମନ୍ଦିର ଦାୟୀତ୍ୱ

ବିଶୃଙ୍ଗଳିତ ଆଚରଣ କଲେ ନିଆଯିବ କଡା କାର୍ଯ୍ୟାନୁଷ୍ଠାନ । ଏହା କହିଛନ୍ତି ଶ୍ରୀମନ୍ଦିର ନବ ନିଯୁକ୍ତ ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀ । ଆଜି ଦାୟିତ୍ୱ ଗ୍ରହଣ କରିବା ପରେ ସେ ଗୁଣ୍ଡିଚା ମନ୍ଦିରରେ ମହାପ୍ରଭୁଙ୍କୁ ଦର୍ଶନ କରି ମୁଖ୍ୟ ପ୍ରଶାସକ କହିଛନ୍ତି ଯେ, ନୀତିକାନ୍ତି ଶୃଙ୍ଖଳାକୁ ସର୍ବାଧିକ ଗୁରୁତ୍ୱ ଦିଆଯିବ । ବିଶୃଙ୍ଖଳିତ ଆଚରଣ କଲେ କଡା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ । ଏହାସହିତ ରଥ ଉପରେ ଅଣ ସେବାୟତ କିଭଳି ଚଢିବେ ନାହିଁ ସେଥିପ୍ରତି ସମସ୍ତ ସେବାୟତଙ୍କ ସହ ଆଲୋଚନା କରାଯିବ । ଆଡପ ମଣ୍ଡପ ପହଣ୍ଡି ବେଳେ ଘଟିଥିବା ଅଘଟଣର କିଭଳି ପୁର୍ନବାର ନହେବ ସେଥିପ୍ରତି ଧ୍ୟାନ ଦିଆଯିବ ବୋଲି ମୁଖ୍ୟ ପ୍ରଶାସକ କହିଛନ୍ତି ।

ବରିଷ୍ଠ ଆଇଏସ ଅଧିକାରୀ ଅରବିନ୍ଦ ପାଢୀଙ୍କୁ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଦାୟିତ୍ୱ ମିଳିଛି। ବୀର ବିକ୍ରମ ଯାଦବଙ୍କ ସ୍ଥାନରେ ଅରବିନ୍ଦ ପାଢ଼ୀଙ୍କୁ ଶ୍ରୀଜଗନ୍ନାଥ ମନ୍ଦିର ପ୍ରଶାସନର ମୁଖ୍ୟ ପ୍ରଶାସକ ଭାବେ ନିଯୁକ୍ତି ଦେଇଛନ୍ତି ସରକାର। ଆଇନ ବିଭାଗ ପକ୍ଷରୁ ଏନେଇ ବିଜ୍ଞପ୍ତି ପ୍ରକାଶ ପାଇଛି। ୨୦୧୪ରେ ଅରବିନ୍ଦ ପାଢୀ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଦାୟିତ୍ୱରେ ରହିଥିଲେ। ମଙ୍ଗଳବାର ପହଣ୍ଡି ବେଳେ ବଡଠାକୁର ଚାରମାଳ ଉପରୁ ଖସିପଡ଼ିବା ଏବଂ ରଥଟଣା ବେଳେ ଭିଡ଼ରେ ଜଣେ ଶ୍ରଦ୍ଧାଳୁଙ୍କ ମୃତ୍ୟୁ ହେବା ସହ ଠେଲାପେଲାରେ ଅନେକ ଆହତ ହୋଇଥିଲେ। ଏହାପରେ ଶ୍ରୀମନ୍ଦିର ପ୍ରଶାସନର ବ୍ୟବସ୍ଥା ଉପରେ ଅନେକ ପ୍ରଶ୍ନ ଉଠିଥିଲା। ଏହାରି ଭିତରେ ସରକାର ଅରବିନ୍ଦ ପାଢୀଙ୍କୁ ଗୁରୁ ଦାୟିତ୍ୱ ଦେଇଛନ୍ତି ।

Digital Griot