Live Odisha Tv

ବ୍ୟବସାୟିକ ଗ୍ୟାସ ସିଲିଣ୍ଡରର ମୂଲ୍ୟ ବୃଦ୍ଧି

ନୂଆଦିଲ୍ଲୀ:  ଉପଭୋକ୍ତାଙ୍କ ଉପରେ ପୁଣି ମହଙ୍ଗା ମାଡ଼ ହୋଇଛି। ତୈଳ କମ୍ପାନୀଗୁଡିକ ୧୯ କିଲୋଗ୍ରାମ ବ୍ୟବସାୟିକ ଗ୍ୟାସ ସିଲିଣ୍ଡରର ମୂଲ୍ୟ ବୃଦ୍ଧି କରିଛନ୍ତି। ସଂଶୋଧିତ ହାର ଅନୁଯାୟୀ ୧ ସେପ୍ଟେମ୍ବରଠାରୁ ବ୍ୟବସାୟିକ  ଗ୍ୟାସ ସିଲିଣ୍ଡରର ଦରରେ ୩୯  ଟଙ୍କା ବୃଦ୍ଧି କରାଯାଇଛି। ଏଭଳି ପରିସ୍ଥିତିରେ, ବର୍ତ୍ତମାନ ସେପ୍ଟେମ୍ବର ୧ ରୁ ୧୯ କିଲୋଗ୍ରାମ ବ୍ୟବସାୟିକ ଗ୍ୟାସ ସିଲିଣ୍ଡର ବର୍ଦ୍ଧିତ ଦରରେ ଉପଲବ୍ଧ ହେବ। ତେବେ କମ୍ପାନୀଗୁଡିକ ୧୪ କିଲୋଗ୍ରାମ ଘରୋଇ ଗ୍ୟାସ ସିଲିଣ୍ଡରର ଦରରେ କୌଣସି ପରିବର୍ତ୍ତନ କରିନାହାନ୍ତି।

କୋଲକାତାରେ ଏହି ସିଲିଣ୍ଡରର ମୂଲ୍ୟ ୧୭୬୪.୫୦ ରୁ ୧୮୦୨.୫୦ଟଙ୍କାକୁ ବୃଦ୍ଧି ପାଇଛି। ଚେନ୍ନାଇରେ ଏହି ସିଲିଣ୍ଡର ବର୍ତ୍ତମାନ ୧୮୫୫ ଟଙ୍କାରେ ଉପଲବ୍ଧ ହେଉଛି। ଏହାପୂର୍ବରୁ ଚେନ୍ନାଇରେ ୧୯ କିଲୋଗ୍ରାମ ସିଲିଣ୍ଡର ୧୮୧୭ ଟଙ୍କାରେ ବିକ୍ରି ହେଉଥିଲା। ସୂଅଗଷ୍ଟ ମାସରେ ଏଲପିଜି ଗ୍ୟାସର ମୂଲ୍ୟ ବୃଦ୍ଧି କରାଯାଇଥିଲା।  ସେତେବେଳେ କମ୍ପାନୀଗୁଡିକ ଏହାର ଦର ୮.୫୦ ଟଙ୍କା ବୃଦ୍ଧି କରିଥିଲେ କିନ୍ତୁ ଏଥର ଏହାକୁ ୩୯ ଟଙ୍କା ବୃଦ୍ଧି କରିଛନ୍ତି। ଏହାପୂର୍ବରୁ ଜୁଲାଇ ମାସରେ କମ୍ପାନୀଗୁଡିକ ୧୯ କିଲୋଗ୍ରାମ ଗ୍ୟାସ ସିଲିଣ୍ଡରର ଦର ୩୦ ଟଙ୍କା ହ୍ରାସ କରିଥିଲେ।

Digital Griot