Live Odisha Tv

କିଟ୍‍ ଇଣ୍ଟରନ୍ୟାସନାଲ୍‍ ସ୍କୁଲ୍‍ର ୧୮ତମ ବାର୍ଷିକ ଉତ୍ସବ

ଭୁବନେଶ୍ୱର : କିଟ୍‍ ଇଣ୍ଟରନ୍ୟାସନାଲ୍‍ ସ୍କୁଲ୍‍ର ୧୮ତମ ବାର୍ଷିକ ଉତ୍ସବ ଶନିବାର ଅନୁଷ୍ଠିତ ହୋଇଯାଇଛି ।  କିଟ୍‍ ଓ କିସ୍‍ ସଭାପତି ଶାଶ୍ୱତୀ ବଳ କାର୍ଯ୍ୟକ୍ରମର ଉଦ୍‍ଘାଟନ କରିଥିବା ବେଳେ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ। ଏହି ଅବସରରେ ଶ୍ରୀ ସାମନ୍ତ ଛାତ୍ରଛାତ୍ରୀ ତଥା ଅଭିଭାବକଙ୍କୁ ଅଭିଭାଷଣ ପ୍ରଦାନ କରି କହିଲେକିଟ୍‍ ଇଣ୍ଟରନ୍ୟାସ୍‍ନାଲ୍‍ ସ୍କୁଲରେ ପିଲାମାନଙ୍କୁ ଆନୁଷ୍ଠାନିକ ଶିକ୍ଷା ସହ ସେମାନଙ୍କ ସାମଗ୍ରିକ ବିକାଶ ଉପରେ ବିଶେଷ ଧ୍ୟାନ ଦିଆଯାଇଥାଏ । ଏହି କାର୍ଯ୍ୟକ୍ରମରେ ଯୋଗଦେଇଥିବା କିଟ୍ ଇଣ୍ଟରନ୍ୟାସନାଲ ସ୍କୁଲର ଛାତ୍ରଛାତ୍ରୀ ଓ ଅଭିଭାବକଙ୍କୁ ଶ୍ରୀ ସାମନ୍ତ ଧନ୍ୟବାଦ ଜଣାଇଥିଲେ।ସ୍ୱାଗତ ଭାଷଣ ଦେଇ ସ୍କୁଲର ଚେୟାରପର୍ସନ ଡ ମୋନା ଲିସା ବଳ ଛାତ୍ରଛାତ୍ରୀମାନଙ୍କ ପାଇଁ ଏକ ଉପଯୁକ୍ତ ପରିବେଶ ସୃଷ୍ଟି କରିବା ଉପରେ ଗୁରୁତ୍ୱାରୋପ କରିଥିଲେ । ପିତାମାତାଙ୍କୁ ସେମାନଙ୍କ ପିଲାମାନଙ୍କ ବୃଦ୍ଧିରେ ସକ୍ରିୟ ସମର୍ଥନ କରିବା ଦିଗରେ ଉତ୍ସ।ହିତ କରିଥିଲେ ।ସ୍କୁଲ୍‍ର ଅଧ୍ୟକ୍ଷ ଡ. ସଞ୍ଜୟ ସୁଆର ସ୍କୁଲର ବାର୍ଷିକ ବିବରଣୀ ଉପସ୍ଥାପନ କରି ଚଳିତବର୍ଷ ଶିକ୍ଷାକ୍ରୀଡ଼ା ଓ ଅନ୍ୟାନ୍ୟ କ୍ଷେତ୍ରରେ ଉତ୍କର୍ଷତା ପ୍ରତିପାଦିତ କରିଥିବା ଛାତ୍ରଛାତ୍ରୀଙ୍କ ନାମ ଉଲ୍ଲେଖ କରିଥିଲେ। ଏହି ଅବସରରେ ବିଭିନ୍ନ କ୍ଷେତ୍ରରେ ସ୍କୁଲକୁ ସୁନାମ ଆଣିଦେଇଥିବା କୃତି ଛାତ୍ରଛାତ୍ରୀଙ୍କୁ ପୁରସ୍କୃତ କରାଯାଇଥିଲା। ବିଦ୍ୟାଳୟର ବାର୍ଷିକ ମୁଖପତ୍ର ‘କାରାନାଇ’ର ଇ-ସଂସ୍କରଣକୁ ଶ୍ରୀ ସାମନ୍ତ ଉନ୍ମୋଚନ କରିଥିଲେ। ପରେ ଛାତ୍ରଛାତ୍ରୀଙ୍କ ଦ୍ୱାରା ରଙ୍ଗାରଙ୍ଗ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା ।

Digital Griot