FOLLOW US ON SOCIAL

  1. Home
  2. »
  3. ବାଣିଜ୍ୟ
  4. »
  5. ହ୍ରାସ ପାଇଲା ସୁନାର ମୂଲ୍ୟ : ଜାଣନ୍ତୁ ଆପଣଙ୍କ ଅଞ୍ଚଳରେ କେତେ ଅଛି ଦର

ହ୍ରାସ ପାଇଲା ସୁନାର ମୂଲ୍ୟ : ଜାଣନ୍ତୁ ଆପଣଙ୍କ ଅଞ୍ଚଳରେ କେତେ ଅଛି ଦର

ହ୍ରାସ ପାଇଲା ସୁନାର ମୂଲ୍ୟ : ଜାଣନ୍ତୁ ଆପଣଙ୍କ ଅଞ୍ଚଳରେ କେତେ ଅଛି ଦର
SHARE NOW :

କମିଲା ସୁନା ଦର। ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୧୬୦ ଟଙ୍କା କମି ୪୭,୮୮୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ୪୮,୮୮୦ ଟଙ୍କା ରହିଛି। ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୪୫,୮୦୦ ଟଙ୍କା ଓ ୪୯,୯୭୦ ଟଙ୍କା ହୋଇଛି।

ଦେଶର ପ୍ରମୁଖ ସହରମାନଙ୍କରେ ବି ସୁନା ଦରରେ କିଛିଟା ପରିବର୍ତ୍ତନ ଆସିଛି। ମୁମ୍ବାଇରେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ମୂଲ୍ୟ ୪୭,୮୮୦ ଟଙ୍କା ଓ ୪୮,୮୮୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୪୭,୯୫୦ ଟଙ୍କା ଓ ୫୨,୩୦୦ ଟଙ୍କା ରହିଛି। ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୪୬,୧୫୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୫୦,୩୫୦ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୪୮,୨୦୦ ଟଙ୍କା ଓ ୫୦,୯୦୦ ଟଙ୍କା ରହିଛି । ଅନ୍ୟପଟେ ଆଜି ରୂପା ମୂଲ୍ୟ ସ୍ଥିର ରହିଛି । ଆଜି ରୂପା କିଲୋଗ୍ରାମ ପ୍ରତି ୭୧,୪୦୦ ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି।

Leave a Reply

Your email address will not be published. Required fields are marked *

Related Posts