ଅନ୍ତିମ ଯାତ୍ରାରେ ସମୀର ଦେ, ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ
କଟକ: ପୂର୍ବତନ ମନ୍ତ୍ରୀ ତଥା ଭାରତୀୟ ଜନତା ପାର୍ଟିର ବରିଷ୍ଠ ନେତା ସମୀର ଦେ ଇହଲୀଳା ସମ୍ବରଣ କରିଛନ୍ତି । କଟକର ଘରୋଇ ମେଡ଼ିକାଲରେ ଚିକିତ୍ସାଧୀନ ଅବସ୍ଥାରେ ସେ ପ୍ରାଣ ହରାଇଥିବା ସୂଚନା ମିଳିଛି। ମୃତ୍ୟୁ ବେଳକୁ ତାଙ୍କୁ ୬୭ ବର୍ଷ ବୟସ ହୋଇଥିଲା । ନଭେମ୍ବର ୧ ତାରିଖରେ ସମୀର ଦେ ସ୍ୱାସ୍ଥ୍ୟ ଗତ ସମସ୍ୟା ଯୋଗୁଁ କଟକର ଏକ ଘରୋଇ ମେଡ଼ିକାଲରେ ଭର୍ତ୍ତି ହୋଇଥିଲେ । ଦୀର୍ଘ ଦିନର ଚିକିତ୍ସା ପରେ ଶେଷରେ ସେ ପ୍ରାଣ