୬ ଓ ୭ ତାରିଖରେ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା
ଆସନ୍ତା ୬ ଓ ୭ ତାରିଖରେ ରାଜ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏଥିସହ କେତେ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସହ ଘଡ଼ଘଡ଼ି ବଜ୍ରପାତ ହୋଇପାରେ। ସେଥିପାଇଁ ସତର୍କ ସୂଚନା ଜାରି କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ଜାରି କରିଥିବା ବୁଲେଟିନ୍ ଅନୁସାରେ ୬ ତାରିଖରେ ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ, ଯାଜପୁର, ଢ଼େଙ୍କାନାଳ, କଟକ, ଖୋର୍ଦ୍ଧା, କେନ୍ଦ୍ରାପଡ଼ା, ଜଗତସିଂହପୁର, ନୟାଗଡ଼ ଓ ପୁରୀ ଜିଲ୍ଲାରେ…