- Home
- »
- Breaking News
- »
- ପୁଣି ଖାରଜ ହେଲା ଆର୍ଯ୍ୟନଙ୍କ ଜାମିନ ଆବେଦନ
ପୁଣି ଖାରଜ ହେଲା ଆର୍ଯ୍ୟନଙ୍କ ଜାମିନ ଆବେଦନ

SHARE NOW :
ମୁମ୍ବାଇ(ଲାଇଭ ଓଡିଶା ନ୍ୟୁଜ): ପୁଣି ଖାରଜ ହେଲା ଆର୍ଯ୍ୟନ ଖାନଙ୍କ ଜାମିନ ଆବେଦନ । ଆଜି ମୁମ୍ବାଇର ସ୍ବତନ୍ତ୍ର ଏନଡିପିଏସ କୋର୍ଟ ଆରୟନଙ୍କ ଜାମିନ ଆବେଦନକୁ ଖାରଜ କରିଦେଇଛନ୍ତି । ଏହାସହିତ ଆଉ କିଛିଦିନ ଜେଲରେ ରହିବେ କିଙ୍କଖାନଙ୍କ ପୁଅ । ଆରୟନଙ୍କ ସମେତ ଆଉ ଦୁଇ ସାଥୀଙ୍କ ଜାମିନ ଆବେଦନକୁ ଖାରଜ କରାଯାଇଛି । ଅଭିଯୁକ୍ତ ଅରବାଜ ମର୍ଚ୍ଚାଣ୍ଟ ଓ ମୁନମୁନ ଧମେଚା । ଆରୟନଙ୍କ ଓକିଲ ସତୀଶ ମନସିନ୍ଧେ ଓ ଅମିତ ଦେଶାଇ କୋର୍ଟଙ୍କ ନିକଟରେ ଯୁକ୍ତି ରଖିଥିଲେ ବି କୋର୍ଟ ତାଙ୍କ ଯୁକ୍ତିକୁ ଗ୍ରହଣ କରିନଥିଲେ । ଏନସିବି ପକ୍ଷରୁ ସ୍ବତନ୍ତ୍ର ସରକାର ଓକିଲ ଅଦ୍ବୈତ ସେଥାନା ଆରୟନ ଓ ଅନ୍ୟମାନଙ୍କ ଜାମିନକୁ ବିରୋଧ କରିଥିଲେ । । ମୁମ୍ବାଇରୁ ଗୋଆ ଯାଉଥିବା କ୍ରୁଜ ଜାହାଜ କୋର୍ଡେଲିଆରେ ଡ୍ରଗ୍ସ କାରବାର ଓ ସେବନ ଅଭିଯୋଗରେ ସେମାନଙ୍କୁ ଗିରଫ କରାଯାଇଥିଲା ।