August 16, 2024

ଅପରାଧ

ମୁଖ୍ୟମନ୍ତ୍ରୀଙ୍କୁ ରାଜ୍ୟପାଳଙ୍କ ସମାଲୋଚନା

କୋଲକାତା ଟ୍ରେନି ଡାକ୍ତରଙ୍କୁ ଦୁଷ୍କର୍ମ ଓ ହତ୍ୟା ଘଟଣା ଉପରେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ କଥାବାର୍ତ୍ତାକୁ ହାସ୍ୟାସ୍ପଦ କହିଛନ୍ତି ରାଜ୍ୟପାଳ ସିଭି ଆନନ୍ଦ ବୋଷ। ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଜେକଲ ଏବଂ ହାଇଡଙ୍କ ଭଳି ବ୍ୟବହାର କରୁଛନ୍ତି ବୋଲି ରାଜ୍ୟପାଳ କହିଛନ୍ତି। କୋଲକାତାର ଏହି ଘଟଣାକୁ ନେଇ ଦେଶବ୍ୟାପୀ ବିଭିନ୍ନ ହସ୍ପିଟାଲରେ ଧର୍ମଘଟ ଜାରି ରହିଛି। ଏହାରି ମଧ୍ୟରେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଆନ୍ଦୋଳନକାରୀଙ୍କ ସହ ଯୋଗ ଦେବା ସହ ରାଜ୍ୟପାଳଙ୍କୁ ଭେଟି ଘଟଣା ବାବଦରେ ଆଲୋଚନା

Read More »
ତାଜା ଖବର

କଂଗ୍ରେସରୁ ଇସ୍ତଫା ଦେଲେ ବିଜୟ ପଟ୍ଟନାୟକ

କଂଗ୍ରେସ ଛାଡ଼ିଲେ ବିଜୟ ପଟ୍ଟନାୟକ। ଆଜି ସେ କଂଗ୍ରେସ ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି। ମେଲ୍‌ ମାଧ୍ୟମରେ ସେ ନିଜର ଇସ୍ତଫାପତ୍ର ଏଆଇସିସିକୁ ପଠାଇ ଦେଇଛନ୍ତି। ଇସ୍ତଫା ପରେ ସେ ନିଜ ପ୍ରତିକ୍ରିୟାରେ କହିଛନ୍ତି, କୌଣସି ରାଜନୈତିକ ଦଳକୁ ଯିବେନାହିଁ। ଲୋକଙ୍କ ପାଖକୁ ଯିବେ ବୋଲି ସେ କହିଛନ୍ତି। ଓଡ଼ିଶାର ପୂର୍ବତନ ମୁଖ୍ୟଶାସନ ସଚିବ ବିଜୟ ପଟ୍ଟନାୟକ ୨୦୨୩ ମସିହା ଫେବ୍ରୁଆରୀ ମାସରେ କଂଗ୍ରେସରେ ଯୋଗଦେଇଥିଲେ। ଦିଲ୍ଲୀ ଯାଇ ସେ କଂଗ୍ରେସରେ ମିଶିଥିଲେ। କଂଗ୍ରେସରେ ମିଶିବା

Read More »
ତାଜା ଖବର

ବିଧାନସଭା ନିର୍ବାଚନ ପାଇଁ ତାରିଖ ଘୋଷଣା

ଜମ୍ମୁ ଓ କଶ୍ମୀର ଏବଂ ହରିୟାଣା ବିଧାନସଭା ନିର୍ବାଚନ ପାଇଁ ଆଜି ତାରିଖ ଘୋଷଣା କରିଛନ୍ତି ମୁଖ୍ୟ ନିର୍ବାଚନ କମିଶନର ରାଜୀବ କୁମାର। ଜମ୍ମୁ ଓ କଶ୍ମୀରରେ ୩ଟି ପର୍ଯ୍ୟାୟରେ ଭୋଟ୍ ଗ୍ରହଣ ହେବାକୁ ଥିବା ବେଳେ ହରିୟାଣାରେ ଗୋଟିଏ ପର୍ଯ୍ୟାୟ ଭୋଟ୍‌ ଗ୍ରହଣ କରାଯିବ। ଅକ୍ଟୋବର ୪ରେ ଉଭୟ ରାଜ୍ୟର ଭୋଟ୍ ଗଣତି ହେବ। ଜମ୍ମୁ-କଶ୍ମୀରରେ ସେପ୍ଟେମ୍ବର ୧୮, ୨୫ ଓ ଅକ୍ଟୋବର ୧ ତାରିଖରେ ଭୋଟ୍ ଗ୍ରହଣ ହେବ। ହରିୟାଣାରେ ଅକ୍ଟୋବର ୧ ତାରିଖରେ

Read More »
ତାଜା ଖବର

ଦମନକୁ ଜାତୀୟ ଚଳଚ୍ଚିତ୍ର ପୁରସ୍କାର

୭୦ତମ ଜାତୀୟ ଚଳଚ୍ଚିତ୍ର ପୁରସ୍କାର ତାଲିକାରେ ରହିଛି ଓଡିଆ ସିନେମା। ବାବୁସାନଙ୍କ ଅଭିନୀତ ଦମନକୁ ଶ୍ରେଷ୍ଠ ଓଡ଼ିଆ ସିନେମା ସମ୍ମାନ ମିଳିଛି। ଅଭିନେତା ବାବୁ ସାନଙ୍କ ଅଭିନୀତ ଦମନ ଏକ ସତ୍ୟ ଘଟଣା ଉପରେ ଆଧାରିତ । ଏହି ଫିଲ୍ମରେ ଜଣେ ଯୁବ ଡାକ୍ତର ସିଦ୍ଧାର୍ଥଙ୍କର କର୍ତ୍ତବ୍ୟନିଷ୍ଠ କାହାଣୀ ପ୍ରତିଫଳିତ ହୋଇଛି । ସିଦ୍ଧାର୍ଥ ଡାକ୍ତରୀ ପାଠ ଶେଷ କରିବା ପରେ ସେ ମାଲକାନଗିରି ଜିଲ୍ଲା ଉପାନ୍ତ ଅଞ୍ଚଳ ଜାନବାଇ ପ୍ରାଥମିକ ସ୍ୱାସ୍ଥ୍ୟ କେନ୍ଦ୍ରରେ ନିଯୁକ୍ତି ପାଆନ୍ତି

Read More »