ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହେଲେ ମମତା ମହାନ୍ତ
ରାଜ୍ୟସଭା ସାଂସଦ ଭାବେ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି ବିଜେପି ନେତା ମମତା ମହାନ୍ତ। ଅନ୍ୟତମ ବିଜେପି ନେତା ଜଗନ୍ନାଥ ପ୍ରଧାନ ରାଜ୍ୟସଭା ନିର୍ବାଚନରୁ ଓହରିଯିବା ପରେ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି ମମତା। ରାଜ୍ୟସଭା ନିର୍ବାଚନ ରିଟର୍ଣ୍ଣିଂ ଅଫିସରଙ୍କଠାରୁ ସେ ତାଙ୍କ ସାର୍ଟିଫିକେଟ ଗ୍ରହଣ କରିଛନ୍ତି। କୁଡ଼ୁମୀ ସଂପ୍ରଦାୟର ଜଣେ ଟାଣୁଆ ନେତ୍ରୀ ହେଉଛନ୍ତି ମମତା ମହାନ୍ତ। ୨୦୨୦ ମସିହାରେ ବିଜେଡି ତାଙ୍କୁ ରାଜ୍ୟସଭାକୁ ପଠାଇଥିଲା। ୨୦୨୬ ଏପ୍ରିଲରେ ତାଙ୍କ କାର୍ଯ୍ୟକାଳ ସମାପ୍ତ ହୋଇଥା’ନ୍ତା। ତେବେ କାର୍ଯ୍ୟକାଳ ଶେଷ ହେବାର ୨୧ ମାସ