ଅଗ୍ନିଶମ ସେବାର ଆଧୁନିକୀକରଣ ପାଇଁ ୨୦୧ କୋଟି
ଓଡ଼ିଶାରେ ଅଗ୍ନିଶମ ସେବାର ଆଧୁନିକୀକରଣ ପାଇଁ କେନ୍ଦ୍ର ସରକାର ୨୦୧.୧୦କୋଟି ଟଙ୍କା ଦେବେ । କେନ୍ଦ୍ର ଗୃହମନ୍ତ୍ରୀ ଅମିତ୍ ଶାହଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉଚ୍ଚସ୍ତରୀୟ କମିଟି ବୈଠକରେ ଓଡ଼ିଶା ସମେତ ଛତିଶଗଡ଼ ଓ ପଶ୍ଚିମବଙ୍ଗରେ ଅଗ୍ନିଶମ ସେବାର ଆଧୁନିକୀକରଣ ଓ ସମ୍ପ୍ରସାରଣ ପାଇଁ କେନ୍ଦ୍ର ସରକାର ମୋଟ ୭୨୫.୬୨କୋଟି ଟଙ୍କା ଅନୁମୋଦନ କରିଛନ୍ତି । କେନ୍ଦ୍ର ସରକାର ‘ରାଜ୍ୟଗୁଡ଼ିକରେ ଅଗ୍ନିଶମ ସେବାର ସମ୍ପ୍ରସାରଣ ଓ ଆଧୁନିକୀକରଣ’ ଯୋଜନାରେ ଏନଡିଆରଏଫ(ଜାତୀୟ ବିପର୍ଯ୍ୟୟ ପ୍ରଶମନ ପାଣ୍ଠି) ଅଧୀନରେ ୫ହଜାର କୋଟି