ଦେଶ ବିଦେଶ
କିଟରେ ୫ମ କଳିଙ୍ଗ ଆନ୍ତର୍ଜାତିକ ଚଳଚ୍ଚିତ୍ର ମହୋତ୍ସବ ଉଦ୍ଘାଟିତ
ଭୁବନେଶ୍ୱର : କିଟ୍ ବିଶ୍ୱବିଦ୍ୟାଳୟରେ ୫ମ କଳିଙ୍ଗ ଆନ୍ତର୍ଜାତିକ ଚଳଚ୍ଚିତ୍ର ମହୋତ୍ସବ ଶୁକ୍ରବାର ଉଦ୍ଘାଟିତ ହୋଇଯାଇଛି । ୧୫ ତାରିଖ ପର୍ଯ୍ୟନ୍ତ ୩ ଦିନ ଧରି ଚାଲିବାକୁ ଥିବା ଏହି ମହୋତ୍ସବର ଉଦ୍ଘାଟନୀ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଓଡ଼ିଶା ସରକାରଙ୍କ ଉଚ୍ଚଶିକ୍ଷା, କ୍ରୀଡ଼ା ଓ ଯୁବସେବା, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ଯୋଗଦେଇ କହିଲେ ଏହି ଆନ୍ତର୍ଜାତିକ ଚଳଚ୍ଚିତ୍ର ମହୋତ୍ସବ ଓଡ଼ିଶାର ସିନେ ଜଗତ ଓ କଳାକାର ଜଗତକୁ ପ୍ରେରଣା ଯୋଗାଇବ ।