FOLLOW US ON SOCIAL

  1. Home
  2. »
  3. ଦେଶ-ବିଦେଶ
  4. »
  5. ସୁରତରେ ପ୍ରଥମ ଓମିକ୍ରନ ଆକ୍ରାନ୍ତ

ସୁରତରେ ପ୍ରଥମ ଓମିକ୍ରନ ଆକ୍ରାନ୍ତ

SHARE NOW :

ଲାଇଭଓଡିଶା : ସୁରତରେ ପ୍ରଥମ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଆକ୍ରାନ୍ତ ଜଣକ କିଛିଦିନ ତଳେ ଦକ୍ଷିଣ ଆଫ୍ରିକାରୁ ଫେରିଥିଲେ । ୪୨ ବର୍ଷର ବ୍ୟକ୍ତି ଓମିକ୍ରନ ସଂକ୍ରମିତ ଥିବା ଜଣାପଡ଼ିଛି । ଜିନମ ସିକ୍ବେନ୍ସିଂ ପରେ ଏହା ସ୍ପଷ୍ଟ ହୋଇଥିଲା । ବ୍ୟକ୍ତି ଜଣକ ନିଜ ବ୍ୟବସାୟ ପାଇଁ ଦକ୍ଷିଣ ଆଫ୍ରିକାରେ ରହିଥିଲେ । ଦକ୍ଷିଣ ଆଫ୍ରିକାରୁ ଭାୟା କେନିଆ ଓ ଆବୁ ଧାବି ହୋଇ ଦିଲ୍ଲୀରେ ପହଞ୍ଚିଥିଲେ ।

ଗତ ୩ ତାରିଖରେ ପହଞ୍ଚିବା ପରେ ସେ କରୋନା ପରୀକ୍ଷା କରାଇଥିଲା । ଟେଷ୍ଟରେ ତାଙ୍କ ରିପୋର୍ଟ ନେଗେଟିଭ୍ ଆସିଥିଲା । ୮ ତାରିଖରେ ସେ ପଜିଟିଭ୍ ଚିହ୍ନଟ ହୋଇଥିଲେ । ତାଙ୍କ ନମୁନା ଜିନମ ସିକ୍ୱେନ୍ସିଂ ପାଇଁ ପଠାଯାଇଥିଲା । ତେବେ ଏହାକୁ ମିଶାଇ ଗୁଜୁରାଟରେ ଓମିକ୍ରନ ଆକ୍ରାନ୍ତଙ୍କ ସଂଖ୍ୟା ୪କୁ ବୃଦ୍ଧି ପାଇଛି । ସେହିପରି ମୁମ୍ବାଇରୁ ଆଉ ଦୁଇ ଜଣ ଓମିକ୍ରନ୍ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଦେଶରେ ମୋଟ୍ ଓମିକ୍ରନ ସଂଖ୍ୟା ୪୧କୁ ବୃଦ୍ଧି ପାଇଛି ।

Leave a Reply

Your email address will not be published. Required fields are marked *

Related Posts