- Home
- »
- Breaking News
- »
- ଗତ ୨୪ଘଣ୍ଟା ମଧ୍ୟରେ ଦେଶରେ ନୂଆ ୧୪ହଜାର ୧୮୯ କରୋନା ଆକ୍ରାନ୍ତ ଚିହ୍ନଟ
ଗତ ୨୪ଘଣ୍ଟା ମଧ୍ୟରେ ଦେଶରେ ନୂଆ ୧୪ହଜାର ୧୮୯ କରୋନା ଆକ୍ରାନ୍ତ ଚିହ୍ନଟ

SHARE NOW :
ନୂଆଦିଲ୍ଲୀ(ଲାଇଭ ଓଡିଶା ନ୍ୟୁଜ): ଦେଶରେ କରୋନା ସ୍ଥିତି ସୁଧୁରିବାରେ ଲାଗିଲାଣି । ଦିନକୁ ଦିନ କରୋନା ଗ୍ରାଫ କମିବାରେ ଲାଗିଛି । ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୧୪ ହଜାର ୧୮୯ ଜଣ ନୂଆ ପଜିଟିଭ ଚିହ୍ନଟ ହୋଇଛନ୍ତି। ୧୩ ହଜାର ୪୮୨ ଜଣ କରୋନାରୁ ସୁସ୍ଥ ହୋଇଥିବା ବେଳେ ୫୫୫୨ ଜଣଙ୍କର ମୃତ୍ୟୁ ହୋଇଛି। ଦେଶରେ ଆଜି ପର୍ୟ୍ୟନ୍ତ ୩ କୋଟି ୪୨ ଲକ୍ଷ ୫୯ ହଜାର ୭୧୯ ଜଣ ଲୋକ କରୋନା ପଜିଟିଭ ଚିହ୍ନଟ ହୋଇସାରିଛନ୍ତି। ଏଥିରୁ ୩ କୋଟି ୩୬ ଲକ୍ଷ ୩୩ ହଜାର ୪୨୪ ଜଣ ସୁସ୍ଥ ହୋଇଛନ୍ତି। ଦେଶରେ ୪ ଲକ୍ଷ ୫୭ ହଜାର ୭୭୩ ଲୋକ କରୋନାଜନିତ ମୃତ୍ୟୁ ହୋଇଥିବା ବେଳେ ଏବେ ୧ ଲକ୍ଷ ୬୮ ହଜାର ୫୨୨ ଜଣ ସକ୍ରିୟ ଆକ୍ରାନ୍ତଙ୍କ ଚିକିତ୍ସା ଜାରି ରହିଛି।