FOLLOW US ON SOCIAL

  1. Home
  2. »
  3. ଟ୍ରେଣ୍ଡିଙ୍ଗ ନ୍ୟୁଜ୍
  4. »
  5. ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଗଜପତି ଗସ୍ତ

ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଗଜପତି ଗସ୍ତ

ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଗଜପତି ଗସ୍ତ
SHARE NOW :

ଭୁବନେଶ୍ୱର(ଲାଇଭ ଓଡିଶା ନ୍ୟୁଜ): ଆଜି ଗଜପତି ଜିଲ୍ଲା ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସେଠାରେ ବହୁ ପ୍ରକଳ୍ପର ଶିଳାନ୍ୟାସ ଓ ଭିତ୍ତିପ୍ରସ୍ତର ସ୍ଥାପନ କରିବା କାର୍ଯ୍ୟକ୍ରମ ରହିଛି । ସକାଳ ୧୧ଟାରେ ସେ ପାରଳାଖେମୁଣ୍ଡି ହେଲିପ୍ୟାଡରେ ପହଞ୍ଚିବେ । ଦଶହରା ପୂର୍ବରୁ ଗଜପତିବାସୀଙ୍କୁ ଭେଟିଦେବାକୁ ନବୀନ ଗସ୍ତ କରୁଛନ୍ତି । ବିଜୁ ସ୍ବାସ୍ଥ୍ୟ କଲ୍ୟାଣ କାର୍ଡ ବଣ୍ଟନ ସହ ବିଭିନ୍ନ ଉନ୍ନୟନ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରିବାର କାର୍ଯ୍ୟକ୍ରମ ରହିଛି । ଷ୍ଟାଡିୟମ ପରିସରରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଯୋଗଦେଇ ୪୯୦କୋଟି ଟଙ୍କାର ପ୍ରକଳ୍ପ ଘୋଷଣା କରିବେ ମୁଖ୍ୟମନ୍ତ୍ରୀ । ଏହା ସହିତ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ଶୁଭାରମ୍ଭ କରିବେ ।


ପରେ ୧୧ଟା ୨୨ ମିନିଟରେ ହିତାଧିକାରୀଙ୍କୁ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ସ୍ମାର୍ଟ ହେଲଥ୍ କାର୍ଡ ବଣ୍ଟନ କରିବା ସହ ଜନସାଧାରଣଙ୍କୁ ସମ୍ବୋଧିତ କରିବାର କାର୍ଯ୍ୟକ୍ରମ ରହିଛି। ଜିଲ୍ଲାରେ ମୋଟ ୯୬ ହଜାର ହିତାଧିକାରୀଙ୍କୁ ଚୟନ କରି ତାଲିକାଭୁକ୍ତ କରାଯାଇଛି । ଉପକୃତ ହେବେ ପ୍ରାୟ ୪ଲକ୍ଷରୁ ଅଧିକ ଲୋକ । ସେପଟେ ମୁଖ୍ୟମନ୍ତ୍ରୀଙ୍କ ଗସ୍ତକୁ ଦୃଷ୍ଟିରେ ରଖି ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଛି । ଜିଲ୍ଲାବାସୀଙ୍କୁ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା ସ୍ମାର୍ଟ ହେଲଥ୍ କାର୍ଡ ବଣ୍ଟନ ସହିତ ବିଭିନ୍ନ ପ୍ରକଳ୍ପର ଶୁଭାରମ୍ଭ ଓ ଶିଳାନ୍ୟାସ କରିବେ ବୋଲି ମୁଖ୍ୟମନ୍ତ୍ରୀ ସୂଚନା ଦେଇଛନ୍ତି ।

Leave a Reply

Your email address will not be published. Required fields are marked *

Related Posts