FOLLOW US ON SOCIAL

  1. Home
  2. »
  3. ରାଜ୍ୟ
  4. »
  5. ଆତ୍ମନିର୍ଭର ଭାରତ ନିର୍ମାଣରେ ଯୁବଗୋଷ୍ଠୀଙ୍କ ଯୋଗଦାନ ରହିବା ଉଚିତ : ରାଜ୍ୟପାଳ

ଆତ୍ମନିର୍ଭର ଭାରତ ନିର୍ମାଣରେ ଯୁବଗୋଷ୍ଠୀଙ୍କ ଯୋଗଦାନ ରହିବା ଉଚିତ : ରାଜ୍ୟପାଳ

ଆତ୍ମନିର୍ଭର ଭାରତ ନିର୍ମାଣରେ ଯୁବଗୋଷ୍ଠୀଙ୍କ ଯୋଗଦାନ ରହିବା ଉଚିତ : ରାଜ୍ୟପାଳ
SHARE NOW :

ଭୁବନେଶ୍ୱର (ଲାଇଭ ଓଡ଼ିଶା ନ୍ୟୁଜ୍‌): ଆତ୍ମନିର୍ଭର ଭାରତର ସଫଳ ନିର୍ମାଣରେ ଯୁବଗୋଷ୍ଠୀଙ୍କ ଯୋଗଦାନ ରହିବା ଉଚିତ ବୋଲି ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ କିସ ବିଶ୍ୱବିଦ୍ୟାଳୟର ପ୍ରଥମ ସମାବର୍ତ୍ତନ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ କହିଛନ୍ତି । ଏହି ଅବସରରେ ରାଜ୍ୟପାଳ କିଟ ଓ କିସର ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତଙ୍କୁ ଅଭିନନ୍ଦନ ଜଣାଇ କହିଲେ, ଶ୍ରୀ ସାମନ୍ତ କିସ ଭଳି ଏକ ଅନନ୍ୟ ଅନୁଷ୍ଠାନ ଗଢ଼ି ଏହା ମାଧ୍ୟମରେ ବିଶ୍ୱର ଦୃଷ୍ଟି ଆକର୍ଷଣ କରିପାରିଛନ୍ତି । ଏଭଳି ଏକ ସମାଜ ଗଠନର ବିଚାର ଶ୍ରୀ ସାମନ୍ତଙ୍କୁ ବହୁଳ ମାତ୍ରାରେ ପ୍ରଭାବତି କରିଥିଲା ବୋଲି ସେ କହିଥିଲେ । ଏହି ଅବସରରେ କିସ ବିଶ୍ୱବିଦ୍ୟାଳୟ ପକ୍ଷରୁ ପ୍ରଫେସର ଲାଲଙ୍କୁ ସମ୍ମାନ ସୂଚକ ଡକ୍ଟୋରେଟ ଡିଗ୍ରୀ ପ୍ରଦାନ କରାଯାଇଥିଲା ।

କିସ ବିଶ୍ୱବିଦ୍ୟାଳୟ ପକ୍ଷରୁ ମଧ୍ୟ ଅନ୍ୟ ୩ ଜଣ ପ୍ରତିଷ୍ଠିତ ଓଡିଆ ବ୍ୟକ୍ତିଙ୍କୁ ସମ୍ମାନ ସୂଚକ ଡି.ଲିଟ ପ୍ରଦାନ କରାଯାଇଥିଲା । ସେମାନେ ହେଲେ ଭାରତର ମହାଲେଖାକାର ଓ ମହାସମୀକ୍ଷକ ଗିରିଶ ଚନ୍ଦ୍ର ମୁର୍ମୁ, କେନିଆର ସାଂସଦ ତଥା କେନିଆ ମେଡିହିଲ ହସ୍ପିଟାଲ ସମୂହର ପ୍ରତିଷ୍ଠାତା ଅଧ୍ୟକ୍ଷ ଡ.ସ୍ୱରୂପ ରଞ୍ଜନ ମିଶ୍ର ଏବଂ ନିୟୁର୍କରେ ରହୁଥିବା ବିଶିଷ୍ଟ ଫେସନ ଓ କଷ୍ଟିୟୁମ ଡିଜାଇନର ବିଭୁ ମହାପାତ୍ର ।

କିସ ବିଶ୍ୱବିଦ୍ୟାଳୟରେ ସ୍ନାତକୋତ୍ତର ପାଠ୍ୟକ୍ରମରେ ସର୍ବାଧିକ ସିଜିପିଏ ହାସଲ କରିଥିବା ଟ୍ରାଇବାଲ ରିସୋର୍ସ ମ୍ୟାନେଜମେଣ୍ଟ ସ୍କୁଲର ୨୦୧୯ ବ୍ୟାଚ ଛାତ୍ରୀ ମଲହୋ ମାର୍ଡି ଏବଂ ସ୍କୁଲ ଅଫ ଇଣ୍ଡିଜନସ ନଲେଜ ସାଇନସ ଓ ଟେକ୍ନୋଲୋଜିର ୨୦୨୦ ବ୍ୟାଚ ଛାତ୍ର ପ୍ରଶାନ୍ତ ମାଝୀଙ୍କୁ ପ୍ରତିଷ୍ଠାତା ସ୍ୱର୍ଣ୍ଣ ପଦକ ପ୍ରଦାନ କରାଯାଇଥିଲା । ସେହିପରି ୧୪ ଜଣ କୃତୀ ଛାତ୍ରଛାତ୍ରଙ୍କୁ କୁଳାଧିପତି ସ୍ୱର୍ଣ୍ଣ ପଦକ ପ୍ରଦାନ କରାଯାଇଥିବା ବେଳେ ୧୪ଜଣ ଛାତ୍ରଛାତ୍ରୀଙ୍କୁ କୁଳପତି ରୌପ୍ୟ ପଦକ ପ୍ରଦାନ କରାଯାଇଥିଲା ।

Leave a Reply

Your email address will not be published. Required fields are marked *

Related Posts