- Home
- »
- Breaking News
- »
- ଆସନ୍ତାକାଲି କଂଗ୍ରେସ ପକ୍ଷରୁ ଓଡିଶା ବନ୍ଦ ଡାକରା
ଆସନ୍ତାକାଲି କଂଗ୍ରେସ ପକ୍ଷରୁ ଓଡିଶା ବନ୍ଦ ଡାକରା

SHARE NOW :
ଭୁବନେଶ୍ୱର(ଲାଇଭ ଓଡିଶା ନ୍ୟୁଜ): ଆସନ୍ତା କାଲି କଂଗ୍ରେସ ପକ୍ଷରୁ ଓଡିଶା ବନ୍ଦ ଡାକରା । ସକାଳ ୬ଟାରୁ ଦିନ ୧୨ ପର୍ଯ୍ୟନ୍ତ କଂଗ୍ରେସ ଓଡିଶା ବନ୍ଦ ଡାକରା ଦେଇଛି । ସୂଚନାନୁଯାୟୀ ମମିତାଙ୍କୁ ନ୍ୟାୟ ଦାବିରେ କଂଗ୍ରେସ ବନ୍ଦ ଡାକରା ଦେଉଛି । ବନ୍ଦ ଡାକରା ସମୟରେ ମେଡିକାଲ ସମେତ ଜରୁରୀ ସେବା ବନ୍ଦରୁ ବାଦ୍ ପଡ଼ିବ। ରେଳ, ବସ୍, ଟ୍ରକ୍ ଚଳାଚଳ, ଦୋକାନ, ବଜାର ବନ୍ଦ ରହିବ। ଏନେଇ ପ୍ରେସ୍ମିଟ୍ରେ କଂଗ୍ରେସ ମୁଖପାତ୍ର ଦେବାଶିଷ ପଟ୍ଟନାୟକ ସୂଚନା ଦେଇଛନ୍ତି। ଦେବାଶିଷ ପଟ୍ଟନାୟକ କହିଛନ୍ତି, ଓଡ଼ିଶାରେ ନାରୀ ନିର୍ୟାତନା, ଦୁଷ୍କର୍ମ ଓ ହତ୍ୟା ବଢୁଛି। ରାଜ୍ୟ ସରକାର ଅନ୍ଧ ଧୃତରାଷ୍ଟ୍ର ଭଳି ସବୁ ଜାଣି ଚୁପ୍ ରହୁଛନ୍ତି।