FOLLOW US ON SOCIAL

  1. Home
  2. »
  3. ରାଜ୍ୟ
  4. »
  5. ଓଡିଶାରେ କେନ୍ଦ୍ର ରାଷ୍ଟ୍ରମନ୍ତ୍ରୀ ଅଶ୍ଵିନୀ କୁମାର ଚୌବେ

ଓଡିଶାରେ କେନ୍ଦ୍ର ରାଷ୍ଟ୍ରମନ୍ତ୍ରୀ ଅଶ୍ଵିନୀ କୁମାର ଚୌବେ

ଓଡିଶାରେ କେନ୍ଦ୍ର ରାଷ୍ଟ୍ରମନ୍ତ୍ରୀ ଅଶ୍ଵିନୀ କୁମାର ଚୌବେ
SHARE NOW :

ଭୁବନେଶ୍ୱର(ଲାଇଭ ଓଡିଶା ନ୍ୟୁଜ): ଭୁବନେଶ୍ବରରେ ପହଞ୍ଚିଲେ କେନ୍ଦ୍ର ରାଷ୍ଟ୍ର ମନ୍ତ୍ରୀ ଅଶ୍ଵିନୀ କୁମାର ଚୌବେ। କେନ୍ଦ୍ର ଖାଦ୍ୟ ଓ ସାଧାରଣ ବଣ୍ଟନ ଏବଂ ଖାଉଟି ବ୍ୟାପାର ସହ ଜଙ୍ଗଲ ଏବଂ ଜଳବାୟୁ ପରିବର୍ତ୍ତନ ମନ୍ତ୍ରୀ ଅଶ୍ଵିନୀ ଚୌବେ ଏୟାର୍ପୋର୍ଟରେ ପହଁଞ୍ଚିବା ପରେ ତାଙ୍କୁ ବିଜେପି କାର୍ଯ୍ୟକର୍ତ୍ତାମାନେ ସ୍ଵାଗତ କରିଥିଲେ । ଏୟାର୍ପୋର୍ଟରୁ ସିଧା ପୁରୀ ଅଭିମୁଖେ ଗସ୍ତ କରିଛନ୍ତି ଅଶ୍ଵିନୀ ଚୌବେ। ଆସନ୍ତାକାଲି ପୁରୀ ବେଳାଭୂମିରେ ସାଗର ତଟ ସ୍ଵଛ ଅଭିଯାନ ଏବଂ ଆଜାଦୀ କି ଅମୃତ ମହୋତ୍ସବରେ ଯୋଗ ଦେବା ସହ ମହାପ୍ରଭୁ ଜଗନ୍ନାଥଙ୍କୁ ଦର୍ଶନ କରିବେ। ପରେ ରାଜ୍ୟ ଜଙ୍ଗଲ ଓ ପରିବେଶ ବିଭାଗୀୟ ଅଧିକାରୀଙ୍କ ସହ ଆଲୋଚନା ଏବଂ କେନ୍ଦ୍ର ଜଙ୍ଗଲ ଓ ପରିବେଶ ବିଭାଗର ପୁର୍ବାଞ୍ଚଳ କାର୍ଯ୍ୟାଳୟ ଅଧିକାରୀଙ୍କ ସହ ଆଲୋଚନା କରିବାର କାର୍ଯ୍ୟକ୍ରମ ମଧ୍ୟ ରହିଛି। ଏହା ସହ ରାଜ୍ୟ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ଅଧିକାରୀଙ୍କ ସହ ମଧ୍ୟ ବୈଠକ ରହିଛି। ଏବଂ ସନ୍ଧ୍ୟାରେ ଲିଙ୍ଗରାଜ ଦର୍ଶନର ମଧ୍ୟ କାର୍ଯ୍ୟକ୍ରମ ରହିଛି।

Leave a Reply

Your email address will not be published. Required fields are marked *

Related Posts