FOLLOW US ON SOCIAL

  1. Home
  2. »
  3. Breaking News
  4. »
  5. କ୍ୟୁଏସ୍ ୱାର୍ଲ୍ଡ ର‌୍ୟାକିଂରେ କିଟ୍‌କୁ ଭାରତର ସର୍ବୋଚ୍ଚ ସ୍ଥାନ

କ୍ୟୁଏସ୍ ୱାର୍ଲ୍ଡ ର‌୍ୟାକିଂରେ କିଟ୍‌କୁ ଭାରତର ସର୍ବୋଚ୍ଚ ସ୍ଥାନ

କ୍ୟୁଏସ୍ ୱାର୍ଲ୍ଡ  ର‌୍ୟାକିଂରେ କିଟ୍‌କୁ ଭାରତର ସର୍ବୋଚ୍ଚ ସ୍ଥାନ
SHARE NOW :

ଭୁବନେଶ୍ୱର(ଲାଇଭ୍ ଓଡ଼ିଶା ନ୍ୟୁଜ୍‌): କ୍ୟୁଏସ୍ୱାର୍ଲ୍ଡର‌୍ୟାକିଂରେକିଟ୍‍କୁ ସର୍ବୋଚ୍ଚ ସ୍ଥାନ ପ୍ରଦାନ କରାଯାଇଛି । ଏହି ର‌୍ୟାକିଂରେପ୍ରଦାନ କରାଯିବା ପରେ କିଟ୍‍ ବିଶ୍ୱବିଦ୍ୟାଳୟ ଭାରତର ପ୍ରଥମ ‘କ୍ୟୁଏସ୍‍ ଫାଇଭ୍‍ ଷ୍ଟାର ରେଟେଡ୍‍’ ବିଶ୍ୱବିଦ୍ୟାଳୟ ମାନ୍ୟତା ପ୍ରାପ୍ତ ହୋଇଛି । କ୍ୟୁଏସ୍‍ ମାନଦଣ୍ଡର ସମସ୍ତ ବର୍ଗରେ କିଟ୍‍କୁ ଫାଇଭ୍‍ ଷ୍ଟାର ପ୍ରଦାନ କରାଯାଇଛି । କ୍ୟୁଏସ୍‍ ୱାର୍ଲ୍ଡର‌୍ୟାକିଂରେବିଶ୍ୱର ବିଭିନ୍ନ ବିଶ୍ୱବିଦ୍ୟାଳୟ ଓ ଅନୁଷ୍ଠାନକୁ ବିଭିନ୍ନ ମାନଦଣ୍ଡରେ ମାନ୍ୟତା ପ୍ରଦାନ କରିଥାନ୍ତି । କ୍ୟୁ ଏସ୍‍ ୱର୍ଲଡ୍‍ ର‌୍ୟାକିଂ‘ଷ୍ଟାର’ ମାନ୍ୟତା ମଧ୍ୟ ପ୍ରଦାନ କରିଥାଏ । ଏଥିରେ ଚଳିତବର୍ଷ ସମଗ୍ର ଭାରତରୁ କିଟ୍‍ବିଶ୍ୱବିଦ୍ୟାଳୟକୁ ସର୍ବୋଚ୍ଚ ମାନ୍ୟତା ଫାଇଭ୍‍ ଷ୍ଟାର ପ୍ରଦାନ କରାଯାଇଛି । କ୍ୟୁ ଏସ୍‍ ଫାଇଭ୍‍ ଷ୍ଟାର ମାନ୍ୟତା ପାଇବାରେ କିଟ୍‍ ଭାରତର ଏକମାତ୍ର ଅନୁଷ୍ଠାନ । କିଟ୍‍ ସମଗ୍ର ବିଶ୍ୱରେ ନିଜର ଗୁଣାତ୍ମକ ଶିକ୍ଷାଦାନ ପାଇଁ ଏକ ସ୍ୱତନ୍ତ୍ରପରିଚୟ ସୃଷ୍ଟି କରିଥିବାରୁବିଶ୍ୱର ବିଭିନ୍ନ ସଂସ୍ଥା ଏହାକୁ ସମୟକୁ ସମୟ ମୂଲ୍ୟାୟନ କରି ମାନ୍ୟତା ପ୍ରଦାନ କରିଥାନ୍ତି ।

କ୍ୟୁଏସ୍‍ ଇନ୍‍ଟେଲିଜେନ୍‍ସ ଶାଖା ଦ୍ୱାରା କ୍ୟୁଏସ୍‍ ଷ୍ଟାର ରେଟିଂ ବ୍ୟବସ୍ଥା କାର୍ଯ୍ୟକାରୀ ହୋଇଥାଏ । ଆନ୍ତର୍ଜାତୀୟ ମାନଦଣ୍ଡ ଅନୁସାରେ ପ୍ରମୁଖ ପ୍ରଦର୍ଶନ ସୂଚକାଙ୍କ କ୍ଷେତ୍ରରେ ବିଶ୍ୱର ବିଭିନ୍ନ ବିଶ୍ୱବିଦ୍ୟାଳୟର ବିସ୍ତୃତ ମୂଲ୍ୟାୟନ କରାଯିବା ପରେ ଏହି ର‌୍ୟାକିଂ ପ୍ରଦାନ କରାଯାଇଥାଏ । ଏହି ସଫଳତାରେ ସନ୍ତୋଷ ବ୍ୟକ୍ତ କରି କିସ୍‍ ଓ କିଟ୍‍ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତ କହିଛନ୍ତି, କିଟ୍‍ ତାର ଉତ୍କର୍ଷତା ଓ ବିବିଧତା ପାଇଁ କ୍ୟୁଏସ୍‍ ଷ୍ଟାର୍‍ ରେଟିଂ ସିଷ୍ଟମ୍‍ ଦ୍ୱାରା ଭାରତରେ ପ୍ରଥମଥର ଲାଗି ଫାଇଭ୍‍ ଷ୍ଟାର ମାନ୍ୟତା ପାଇପାରିଛି । ଏହି ମାନ୍ୟତା ବଜାୟ ରଖିବା ପାଇଁ ଆମେ ଆମର ପ୍ରୟାସ ଜାରି ରଖିବୁ ବୋଲି ଶ୍ରୀ ସାମନ୍ତ କହିଛନ୍ତି ।

Leave a Reply

Your email address will not be published. Required fields are marked *

Related Posts