FOLLOW US ON SOCIAL

  1. Home
  2. »
  3. ରାଜ୍ୟ
  4. »
  5. ଗାନ୍ଧି ଜୟନ୍ତୀରୁ ବିଜେଡିର ରାଜ୍ୟବ୍ୟାପୀ ଶ୍ରମଦାନ, ଚିଠି ଲେଖିଲେ ନବୀନ

ଗାନ୍ଧି ଜୟନ୍ତୀରୁ ବିଜେଡିର ରାଜ୍ୟବ୍ୟାପୀ ଶ୍ରମଦାନ, ଚିଠି ଲେଖିଲେ ନବୀନ

ଗାନ୍ଧି ଜୟନ୍ତୀରୁ ବିଜେଡିର ରାଜ୍ୟବ୍ୟାପୀ ଶ୍ରମଦାନ, ଚିଠି ଲେଖିଲେ ନବୀନ
SHARE NOW :

ଭୁବନେଶ୍ୱର(ଲାଇଭ୍ ଓଡିଶା ନ୍ୟୁଜ୍‌) ଗାନ୍ଧି ଜୟନ୍ତୀରୁ ଏକମାସ ଧରି ବିଜେଡି ପକ୍ଷରୁ ରାଜ୍ୟବ୍ୟାପୀ ‘ଶ୍ରମଦାନ’ ଓ ‘ରକ୍ତଦାନ’ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ। ଆଗକୁ ପଞ୍ଚାୟତ ଓ ପୌର ନିର୍ବାଚନ ଥିବାବେଳେ, ଦଳ ଏଥର ପଦଯାତ୍ରା ପରିବର୍ତ୍ତେ, ‘ଶ୍ରମଦାନ’ ଓ ‘ରକ୍ତଦାନ’ କାର୍ଯ୍ୟକ୍ରମ ମାଧ୍ୟମରେ ଲୋକଙ୍କ ସହ ଯୋଡ଼ି ହେବାକୁ ରଣନୀତି ପ୍ରସ୍ତୁତ କରିଛି ।


ଅକ୍ଟୋବର ୨ ତାରିଖ ଗାନ୍ଧିଜୟନ୍ତୀରୁ ନଭେମ୍ବର ୨ତାରିଖ ପର୍ଯ୍ୟନ୍ତ ଏହି କାର୍ଯ୍ୟକ୍ରମ ରାଜ୍ୟବ୍ୟାପୀ ଅନୁଷ୍ଠିତ ହେବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏନେଇ ଦଳର ସମସ୍ତ ବିଧାୟକ,ସାଂସଦ, ରାଜ୍ୟ ପଦାଧିକାରୀ, ଜିଲ୍ଲା ସଭାପତି, ବ୍ଲକ ସଭାପତିମାନଙ୍କୁ ଚିଠି ଲେଖି ଅନୁରୋଧ କରିଛନ୍ତି।


ମୁଖ୍ୟମନ୍ତ୍ରୀ ଚିଠିରେ ଉଲ୍ଲେଖ କରିଛନ୍ତି, କୋଭିଡ୍ ମହାମାରୀ ସଂକ୍ରମଣକୁ ଦୃଷ୍ଟିରେ ରଖି ଦଳ ଚଳିତଥର ଅକ୍ଟୋବର ୨ରୁ ନଭେମ୍ବର ୨ତାରିଖ ପର୍ଯ୍ୟନ୍ତ ଆୟୋଜିତ ହେଉଥିବା ଜନ ସଚେତନତା ଅଭିଯାନ କରିବ ନାହିଁ। ତା’ ପରିବର୍ତ୍ତେ ବିଭିନ୍ନ ସମାଜସେବା କାର୍ଯ୍ୟକ୍ରମ କରିବା ପାଇଁ କହିଛନ୍ତି ।

Leave a Reply

Your email address will not be published. Required fields are marked *

Related Posts