- Home
- »
- ଟ୍ରେଣ୍ଡିଙ୍ଗ ନ୍ୟୁଜ୍
- »
- ପୁଣି ଆସୁଛି ବର୍ଷା
ପୁଣି ଆସୁଛି ବର୍ଷା

SHARE NOW :
ଭୁବନେଶ୍ୱର: ପୁଣି ଆସୁଛି ବର୍ଷା । ଦିନକ ପରେ ସାରା ରାଜ୍ୟରେ ପୁଣି ଛେଚିବ । ବଙ୍ଗୋପସାଗରରେ ଦାନା ବାନ୍ଧୁଛି ଆଉ ଏକ ଲଘୁଚାପ । ଆସନ୍ତା ୨୩ରେ ଘୂର୍ଣ୍ଣିବଳୟ ସୃଷ୍ଟି ହେବ । ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଉପକୂଳ, ଆଭ୍ୟନ୍ତରୀଣ ଓ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷିବ । ୨୩ରୁ ୨୫ ତାରିଖ ପର୍ଯ୍ୟନ୍ତ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା ରହିଛି
୨୩ତାରଖରେ ବାଲେଶ୍ବର, କେନ୍ଦୁଝର ଓ ମୟୂରଭଞ୍ଜକୁ ୟେଲୋ ଆଲର୍ଟ ଜାରି ହୋଇଛି । ୨୪ରେ ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ, ଗଂଜାମ , ଗଜପତି, ମୟୂରଭଞ୍ଜ, କେନ୍ଦୁଝର, ଢେଙ୍କାନାଳ, କଳାହାଣ୍ଡି, କନ୍ଧମାଳ ଓ ରାୟଗଡାକୁ ସତର୍କତା ଜାରି ହୋଇଛି । ସେହିପରି ୨୫ତାରିଖରେ ବଜ୍ରପାତ ସହିତ ବର୍ଷା ନେଇ ୧୪ଜିଲ୍ଲାକୁ ସତର୍କ କରାଯାଇଛି ।