FOLLOW US ON SOCIAL

  1. Home
  2. »
  3. ରାଜ୍ୟ
  4. »
  5. ପୁଣି ୪ଟା ପର୍ଯ୍ୟନ୍ତ ଗୃହ ମୁଲତବୀ ଘୋଷଣା

ପୁଣି ୪ଟା ପର୍ଯ୍ୟନ୍ତ ଗୃହ ମୁଲତବୀ ଘୋଷଣା

ପୁଣି ୪ଟା ପର୍ଯ୍ୟନ୍ତ ଗୃହ ମୁଲତବୀ ଘୋଷଣା
SHARE NOW :

ଭୁବନେଶ୍ୱର(ଲାଇଭଓଡିଶା ନ୍ୟୁଜ): ବିଧାନସଭା ଆରମ୍ଭରୁ ବିରୋଧୀଙ୍କ ହଟଗୋଳ ପାଇଁ ଗୃହକୁ ୪ଟା ଯାଏଁ ମୁଲତବୀ ଘୋଷଣା କରିଛନ୍ତି ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର । ଆରମ୍ଭରୁ ଖଣି ଦୁର୍ନୀତି ପ୍ରସଙ୍ଗରେ କଂଗ୍ରେସ ଦେଇଥିବା ମୁଲତବୀ ପ୍ରସ୍ତାବକୁ ବାଚସ୍ପତି ଗ୍ରହଣ କରି ନଥିବାରୁ ଗୃହରେ ହୋହଲ୍ଲା ହେବା ସହ ବାଚସ୍ପତିଙ୍କ ପୋଡିୟମ୍ ତଳେ କଂଗ୍ରେସ ସଦସ୍ୟମାନେ ନାରାବାଜି କରିଥିଲେ । ଯାହା ଫଳରେ ଗୃହ କାର୍ଯ୍ୟ ୧୧ଟା ୩୦ ମିନିଟ୍ ପର୍ଯ୍ୟନ୍ତ ମୁଲତବୀ ରଖିଥିଲେ ବାଚସ୍ପତି ।
ପୁର୍ନବାର ଗୃହ କାର୍ଯ୍ୟ ଆରମ୍ଭ ହେବା ପରେ କଂଗ୍ରେସ ସଦସ୍ୟମାନେ ହୋହଲ୍ଲା କରିଥିଲେ । ଯେଉଁଥିପାଇଁ ବାଚସ୍ପତି ଅପରାହ୍ନ ୪ଟା ଯାଏଁ ଗୃହ ମୁଲତବୀ ରଖିଛନ୍ତି । ସେପଟେ ମୁତଲବୀ ପ୍ରସ୍ତାବ ଗ୍ରହଣ କରୁନଥିବାରୁ ପ୍ରତିବାଦ କରି ଉଭୟ ବିରୋଧୀ ବିଜେପି ଓ କଂଗ୍ରେସ ସଦସ୍ୟ ବାଚସ୍ପତିଙ୍କୁ ତାଙ୍କ ଚ୍ୟାମ୍ବରରେ ଘେରିଛନ୍ତି । ଯେପର୍ଯ୍ୟନ୍ତ ବାଚସ୍ପତି ମୁଲତବୀ ପ୍ରସ୍ତାବକୁ ଗ୍ରହଣ କରିନାହାଁନ୍ତି ସେ ପର୍ଯ୍ୟନ୍ତ ଘେରାଉ ଜାରି ରହିବ ବୋଲି କଂଗ୍ରେସ ସଦସ୍ୟ କହିଛନ୍ତି ।

Leave a Reply

Your email address will not be published. Required fields are marked *

Related Posts