FOLLOW US ON SOCIAL

  1. Home
  2. »
  3. ରାଜ୍ୟ
  4. »
  5. ପ୍ରଥମେ ମାଲକାନଗିରି, ସୁନ୍ଦରଗଡ଼, ବଲାଙ୍ଗିର, ଏବେ ଗଜପତି ଓ ମୟୂରଭଞ୍ଜ ଗସ୍ତରେ ମୁଖ୍ୟମନ୍ତ୍ରୀ

ପ୍ରଥମେ ମାଲକାନଗିରି, ସୁନ୍ଦରଗଡ଼, ବଲାଙ୍ଗିର, ଏବେ ଗଜପତି ଓ ମୟୂରଭଞ୍ଜ ଗସ୍ତରେ ମୁଖ୍ୟମନ୍ତ୍ରୀ

ପ୍ରଥମେ ମାଲକାନଗିରି, ସୁନ୍ଦରଗଡ଼, ବଲାଙ୍ଗିର, ଏବେ ଗଜପତି ଓ ମୟୂରଭଞ୍ଜ ଗସ୍ତରେ ମୁଖ୍ୟମନ୍ତ୍ରୀ
SHARE NOW :

ଭୁବନେଶ୍ୱର(ଲାଇଭ୍ ଓଡିଶା ନ୍ୟୁଜ୍‌): ବର୍ତ୍ତମାନ ଦିଲ୍ଲୀ ଗସ୍ତରେ ଥିବା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆସନ୍ତା ବୁଧବାର ଭୁବନେଶ୍ୱର ଫେରିବେ । ଫେରିବା ପରେ ଅକ୍ଟୋବର ୪ ତାରିଖରେ ଗଜପତି ଜିଲ୍ଲା ଓ ୮ତାରିଖରେ ମୟୂରଭଞ୍ଜ ଜିଲ୍ଲା ଗସ୍ତରେ ଯିବାର କାର୍ଯ୍ୟକ୍ରମ ରହିଛି।


ମିଳିଥିବା ସୂଚନା ଅନୁସାରେ, ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଅକ୍ଟୋବର ୪ ତାରିଖରେ ଗଜପତି ଜିଲ୍ଲା ଗସ୍ତରେ ଯାଇ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାର ସ୍ମାର୍ଟ କାର୍ଡ ବଣ୍ଟନ କାର୍ଯ୍ୟକ୍ରମର ଶୁଭାରମ୍ଭ କରିବା ସହିତ ପ୍ରାୟ ୩୪୦କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ ଓ ଉଦଘାଟନ କରିବାର କାର୍ଯ୍ୟକ୍ରମ ରହିଛି।
ସେହିପରି ମୟୂରଭଞ୍ଜ ଜିଲ୍ଲାକୁ ୮ତାରିଖରେ ମୁଖ୍ୟମନ୍ତ୍ରୀ ଗସ୍ତ କରି, ବାରିପଦା ଠାରେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାର ସ୍ମାର୍ଟ କାର୍ଡ ବଣ୍ଟନ କାର୍ଯ୍ୟକ୍ରମର ଶୁଭାରମ୍ଭ କରିବା ସହ ପ୍ରାୟ ୭୦୦କୋଟିରୁ ଅଧିକ ଟଙ୍କାର ପ୍ରକଳ୍ପ ଶିଳାନ୍ୟାସ ଓ ଉଦଘାଟନ କରିବେ।


ପୂର୍ବରୁ, ମାଲକାନଗିରି, ସୁନ୍ଦରଗଡ଼ ଓ ବଲାଙ୍ଗିର ପରେ ଏହି ଦୁଇ ଜିଲ୍ଲାରେ ମଧ୍ୟ ବିଜୁ ସ୍ମାର୍ଟ କାର୍ଡ ବଣ୍ଟନ କରାଯିବ। ମୁଖ୍ୟମନ୍ତ୍ରୀଙ୍କ ଗସ୍ତ କାର୍ଯ୍ୟକ୍ରମ ପାଇଁ ଏହି ଦୁଇ ଜିଲ୍ଲା ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଜୋରଦାର ହୋଇଥିବା ସୂଚନା ମିଳିଛି।

Leave a Reply

Your email address will not be published. Required fields are marked *

Related Posts