FOLLOW US ON SOCIAL

  1. Home
  2. »
  3. Breaking News
  4. »
  5. ବରଗଡ଼ ହେଉଛି ମାଆ ଲକ୍ଷ୍ମୀଙ୍କ ପବିତ୍ର ଭୂମି, ଓଡ଼ିଶାର ଭାତ ହାଣ୍ଡି: ମୁଖ୍ୟମନ୍ତ୍ରୀ

ବରଗଡ଼ ହେଉଛି ମାଆ ଲକ୍ଷ୍ମୀଙ୍କ ପବିତ୍ର ଭୂମି, ଓଡ଼ିଶାର ଭାତ ହାଣ୍ଡି: ମୁଖ୍ୟମନ୍ତ୍ରୀ

ବରଗଡ଼ ହେଉଛି ମାଆ ଲକ୍ଷ୍ମୀଙ୍କ ପବିତ୍ର ଭୂମି, ଓଡ଼ିଶାର ଭାତ ହାଣ୍ଡି: ମୁଖ୍ୟମନ୍ତ୍ରୀ
SHARE NOW :

ବରଗଡ(ଲାଇଭ ଓଡିଶା ନ୍ୟୁଜ): ସ୍ମାର୍ଟ ହେଲେ ବରଗଡ ବାସିନ୍ଦା । ଉନ୍ନତିପଥରେ ଆଗେଇଲା ବରଗଡ ଜିଲ୍ଲା । ବିଜେପୁରରୁ ଶୁଭିଲା ବିକାଶର ଭାଷା । ସ୍ୱାସ୍ଥ୍ୟସେବାର ପଥରେ ଦୁଇପାଦ ଆଗେଇଲା ବରଗଡ ଜିଲ୍ଲା । ଏନେଇ ଆଜି ମୁଖ୍ୟମନ୍ତ୍ରୀ ପଂହଚିତିଲେ ବରଗଡ ଜିଲ୍ଲାରେ । ବିଜେପୁର ଗଣ୍ଡପାଲି ମିନି ଷ୍ଟାଡିୟମରେ ଆୟୋଜିତ ସଭାରେ ଯୋଗ ଦେଇ ହିତାଧିକାରୀଙ୍କୁ ସ୍ମାର୍ଟ ହେଲଥ କାର୍ଡ ବାଣ୍ଟିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହାଦ୍ୱାରା ଜିଲ୍ଲାର ୩ ଲକ୍ଷ ୬୩ ହଜାର ହିତାଧିକାରୀ ସ୍ମାର୍ଟକାର୍ଡ ଦ୍ୱାରା ଉପକୃତ ହେବେ । ସ୍ମାର୍ଟକାର୍ଡ ବାଣ୍ଟିବା ସହିତ ବରଗଡ଼ ଜିଲ୍ଲା ପାଇଁ ୩୦୦ କୋଟି ଟଙ୍କାରେ ୧୫୦ରୁ ଅଧିକ ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ । ବରଗଡ଼ରେ ୭୧ଟି ସ୍କୁଲର ରୂପାନ୍ତର ହୋଇଛି । ସ୍ମାର୍ଟ ସ୍କୁଲ ଉଦଘାଟନ ସହିତ କ୍ୟାନସର ହସ୍ପିଟାଲର ଶିଳାନ୍ୟାସ, ନୃସିଂହନାଥ ମନ୍ଦିରର ଉନ୍ନତିକରଣ କାର‌୍ୟ୍ୟର ନିଅଁ ପଡ଼ିଛି । ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ବରଗଡ଼ ହେଉଛି ମାଆ ଲକ୍ଷ୍ମୀଙ୍କ ପବିତ୍ର ଭୂମି, ଓଡ଼ିଶାର ଭାତ ହାଣ୍ଡି । ଚାଷୀଙ୍କ ଭଳି ବରଗଡ଼ର ବୁଣାକାର ମଧ୍ୟ ସାରା ବିଶ୍ୱକୁ ସମ୍ବଲପୁରୀ ଶାଢ଼ି ଉପହାର ଦେଇଛନ୍ତି । ବରଗଡ଼ର ଚାଷୀ ଓ ବୁଣାକାରଙ୍କ ଦକ୍ଷତାକୁ ସମ୍ମାନ ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ । ସ୍ୱର୍ଣ୍ଣ ପଦକ ବିଜେତା ପ୍ରମୋଦ ଭଗତଙ୍କୁ ନେଇ ବରଗଡ଼ ଗର୍ବିତ । ମୁଖ୍ୟମନ୍ତ୍ରୀ ୩ ଶହ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଆରମ୍ଭ କରିଥିବା ବେଳେ ୨ ହଜାର ୫ ଶହ କୋଟିର ପ୍ରକଳ୍ପ କାର‌୍ୟ୍ୟ ଚାଲିଛି । ଗୁରୁତ୍ୱପୂର୍ଣ୍ଣ ଗଙ୍ଗାଧର ମେହେର ଉଠାଜଳସେଚନ କାର‌୍ୟ୍ୟ ୨ ହଜାର ୯୦ କୋଟି ଟଙ୍କାରେ ଚାଲିଛି । ୨୦୨୩ ସେପ୍ଟେମ୍ବର ସୁଦ୍ଧା ଏହି ପ୍ରକଳ୍ପରୁ ପାଣି ମିଳିବ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ । ସେପ୍ଟେମ୍ବର ପହିଲାରୁ ସ୍ମାର୍ଟ ସ୍ୱାସ୍ଥ୍ୟକାର୍ଡ ସୁବିଧା ଲାଗୁ ହୋଇଛି । ରାଜ୍ୟର ୯୬ ଲକ୍ଷ ପରିବାରଙ୍କୁ ଦିଆଯିବ କାର୍ଡ । ସାରା ଦେଶରେ ଏପରି ସୁବିଧା ଦେବାରେ ଓଡ଼ିଶା ପ୍ରଥମ ରାଜ୍ୟ । ଦେଶର ସ୍ୱାସ୍ଥ୍ୟସେବା କ୍ଷେତ୍ରରେ ମାଇଲଷ୍ଟୋନ୍ । ରାଜ୍ୟ ତଥା ରାଜ୍ୟ ବାହାରର ସବୁ ଛୋଟ ବଡ଼ ହସ୍ପିଟାଲରେ ଏହି କାର୍ଡରୁ ସୁବିଧା ପାଇପାରିବେ ହିତାଧିକାରୀ । ପରିବାରର ମହିଳାଙ୍କୁ ୧୦ ଲକ୍ଷ ପୁରୁଷଙ୍କୁ ୫ଲକ୍ଷ ଟଙ୍କା ପର‌୍ୟ୍ୟନ୍ତ ଚିକିତ୍ସା ସୁବିଧା ମିଳିବ ।

Leave a Reply

Your email address will not be published. Required fields are marked *

Related Posts