FOLLOW US ON SOCIAL

  1. Home
  2. »
  3. ଟ୍ରେଣ୍ଡିଙ୍ଗ ନ୍ୟୁଜ୍
  4. »
  5. ବିବାଦୀୟ କୃଷି ଆଇନ ବିରୋଧରେ ଆଜି ଭାରତ ବନ୍ଦ

ବିବାଦୀୟ କୃଷି ଆଇନ ବିରୋଧରେ ଆଜି ଭାରତ ବନ୍ଦ

ବିବାଦୀୟ କୃଷି ଆଇନ ବିରୋଧରେ ଆଜି ଭାରତ ବନ୍ଦ
SHARE NOW :

ଭୁବନେଶ୍ୱର(ଲାଇଭ୍ ଓଡିଶା ନ୍ୟୁଜ୍‌) କେନ୍ଦ୍ର ସରକାରଙ୍କ ଦ୍ୱାରା ପାରିତ ୩ କୃଷି ଆଇନ୍ ପ୍ରତ୍ୟାହାର ଦାବିରେ କୃଷକ ସଂଗଠନ ପକ୍ଷରୁ ଆଜି ୧୦ ଘଣ୍ଟିଆ ଭାରତ ବନ୍ଦ ଡାକରା ଦିଆଯାଇଛି। ୨୧ ଦଫା ଦାବି ନେଇ ସଂଯୁକ୍ତ କିଷାନ ମୋର୍ଚ୍ଚା ପକ୍ଷରୁ ଦିଆଯାଇଛି ଭାରତ ବନ୍ଦ ଡାକରା । ସକାଳ ୬ଟାରୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ବନ୍ଦ ପାଳନ କରାଯିବ ।

ବନ୍ଦକୁ ବିଭିନ୍ନ ରାଜନୈତିକ ଦଳ ସମର୍ଥନ କରିଥିବା ବେଳେ, ରାଜ୍ୟର ବିଭିନ୍ନ ସ୍ଥାନରେ ବନ୍ଦର ପ୍ରଭାବ ଦେଖିବାକୁ ମିଳିଛି। ବନ୍ଦ ସମୟରେ ସମସ୍ତ ସରକାରୀ ଏବଂ ବେସରକାରୀ କାର୍ଯ୍ୟାଳୟ, ଶିକ୍ଷାନୁଷ୍ଠାନ, ଦୋକାନ, ବଜାର, ଶିଳ୍ପ ଏବଂ ବ୍ୟବସାୟ ପ୍ରତିଷ୍ଠାନ ବନ୍ଦ ରହିବ । କିନ୍ତୁ ସମସ୍ତ ଜରୁରୀ ସେବା ଜାରି ରହିବା ନେଇ ଅନୁମତି ଦିଆଯାଇଛି ।


ଧର୍ମଘଟକୁ ଦୃଷ୍ଟିରେ ରଖି ଅପରାହ୍ନ ୩ ଟା ପର୍ଯ୍ୟନ୍ତ ଓଡିଶା ରାଜ୍ୟ ସଡକ ପରିବହନ ନିଗମ (ଓଏସଆରଟିସି) ର ବସ୍ ସେବା ମଧ୍ୟ ସ୍ଥଗିତ ରହିଛି। କଂଗ୍ରେସ ଏବଂ ଅନ୍ୟ ବାମପନ୍ଥୀ ଦଳର କର୍ମୀଙ୍କ ସମେତ ଆନ୍ଦୋଳନକାରୀମାନେ ଭୁବନେଶ୍ୱର, ବାଲେଶ୍ୱର, ରାଉରକେଲା, ବଲାଙ୍ଗୀର ଏବଂ ଅନ୍ୟାନ୍ୟ ଜିଲ୍ଲାର ବିଭିନ୍ନ ସ୍ଥାନରେ ରାସ୍ତା ଅବରୋଧ କରିଛନ୍ତି ।

Leave a Reply

Your email address will not be published. Required fields are marked *

Related Posts