FOLLOW US ON SOCIAL

  1. Home
  2. »
  3. ଟ୍ରେଣ୍ଡିଙ୍ଗ ନ୍ୟୁଜ୍
  4. »
  5. ବୁଣାକାରଙ୍କ ପାଇଁ ସ୍ବତନ୍ତ୍ର ପ୍ୟାକେଜ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ବୁଣାକାରଙ୍କ ପାଇଁ ସ୍ବତନ୍ତ୍ର ପ୍ୟାକେଜ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ବୁଣାକାରଙ୍କ ପାଇଁ ସ୍ବତନ୍ତ୍ର ପ୍ୟାକେଜ ଘୋଷଣା କଲେ ମୁଖ୍ୟମନ୍ତ୍ରୀ
SHARE NOW :

ଭୁବନେଶ୍ୱର (ଲାଇଭ୍ ଓଡ଼ିଶା ନ୍ୟୁଜ୍‌): ରାଜ୍ୟର ବୁଣାକାରଙ୍କ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସ୍ୱତନ୍ତ୍ର ପ୍ୟାକେଜ ଘୋଷଣା କରିଛନ୍ତି । ବିନା ସୁଧରେ 50 ହଜାର ଟଙ୍କା ପର୍ଯ୍ୟନ୍ତ ଋଣ ଯୋଗାଇ ଦିଆଯିବ । ଏନେଇ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ରାଜ୍ୟରେ କୃଷି ପରେ ହସ୍ତତନ୍ତ ହିଁ ଗ୍ରାମାଞ୍ଚଳରେ ସର୍ବାଧିକ ଲୋକଙ୍କୁ ନିଯୁକ୍ତି ଯୋଗାଇଥାଏ । ବର୍ତ୍ତମାନ ରାଜ୍ୟର ଲକ୍ଷାଧିକ ଲୋକ ହସ୍ତତନ୍ତ ଉପରେ ନିର୍ଭର କରନ୍ତି । ବୁଣାକାରମାନେ ସେମାନଙ୍କ ଦକ୍ଷତା ଦ୍ବାରା ଓଡ଼ିଶାର ମହାନ ସାଂସ୍କୃତିକ ପରମ୍ପରାକୁ ହସ୍ତତନ୍ତ ଜରିଆରେ ସାରା ବିଶ୍ବରେ ଉପସ୍ଥାପନ କରିଆସୁଛନ୍ତି ଏବଂ ଓଡ଼ିଶାର ତିଆରି ହସ୍ତତନ୍ତର ମଧ୍ୟ ବିଶେଷ ଚାହିଦା ରହିଛି । କିନ୍ତୁ ମହାମାରୀ କୋଭିଡ ପରିପ୍ରେକ୍ଷୀରେ ଗତ ଦୁଇବର୍ଷରେ ହସ୍ତତନ୍ତ ବ୍ୟବସାୟ ଗଭୀର ଭାବରେ ପ୍ରଭାବିତ ହୋଇଛି ଏବଂ ଆମର ହଜାର ହଜାର ବୁଣାକାର ମାନଙ୍କ ରୋଜଗାରରେ ମଧ୍ୟ ହ୍ରାସ ଘଟିଛି। ଏହି ପ୍ୟାକେଜରେ କଂକ୍ରିଟ୍ ହୋଇନଥିବା ୧୫,୦୦୦ ଲୁମପିଟକୁ ପର୍ଯ୍ୟାୟକମେ ଆଗାମୀ ତିନି ବର୍ଷରେ କଂକ୍ରିଟ କରାଯିବ। ପ୍ରତି ଲୁମପିଟକୁ କଂକ୍ରିଟ ପାଇଁ ୭୦୦୦ ଟଙ୍କା ଲେଖାଏ ଖର୍ଚ୍ଚ କରାଯିବ ।

ଏହା ସହିତ ବୁଣାକାରଙ୍କ ଆଖି ଉପରେ ଯେପରି ବିଶେଷ ଚାପ ନ ପଡିବ ଏବଂ ସେମାନେ ଦୀର୍ଘ ସମୟ କାମ କରିପାରିବେ, ସେଥିପାଇଁ ସେମାନଙ୍କୁ ଏହି ଯୋଜନାରେ ବିଜୁଳି ଆଲୁଅ ଓ ପଙ୍ଖା ଯୋଗାଇ ଦିଆଯିବ । ସେହିପରି ସମସ୍ତ ଯୋଗ୍ୟ ବୁଣାକାର ପରିବାରକୁ ଅଗ୍ରାଧିକାର ଭିତ୍ତିରେ ବାସଗୃହ ଯୋଗାଇ ଦେବା ପାଇଁ ନିଷ୍ପତ୍ତି କରାଯାଇଛି । ପଞ୍ଚାୟତିରାଜ ବିଭାଗର ଗାଇଡ଼ଲାଇନ ଅନୁସାରେ ହିତାଧିକାରୀ ଚୟନ କରାଯିବ । ଏହି ପ୍ୟାକେଜରେ ବୁଣାକାରମାନେ ଯେପରି ସୁବିଧାରେ ଋଣ ପାଇ ପାରିବେ ତା ଉପରେ ଗୁରୁତ୍ୱ ଦିଆଯାଇଛି । ବୁଣାକାରଙ୍କୁ ପଚାଶ ହଜାର ଟଙ୍କା ଯାଏ ବିନା ସୁଧରେ ଋଣ ଯୋଗାଇ ଦେବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ବୁଣାକାରଙ୍କର ଉତ୍ପାଦିତ ସାମଗ୍ରୀ ରଖିବା ପାଇଁ ବିଭିନ୍ନ ଗୋଷ୍ଠୀ ଭିତ୍ତିଭୂମି ଯଥା- CFC, ଗୋଦାମ ଓ ବିକ୍ରୟ କେନ୍ଦ୍ର ଆଦି ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ ଜରିଆରେ କରାଯିବ ।

Leave a Reply

Your email address will not be published. Required fields are marked *

Related Posts