FOLLOW US ON SOCIAL

  1. Home
  2. »
  3. ରାଜ୍ୟ
  4. »
  5. ରାଜ୍ୟରେ ଉପରତଳ ମୁହାଁ କରୋନା ଗ୍ରାଫ

ରାଜ୍ୟରେ ଉପରତଳ ମୁହାଁ କରୋନା ଗ୍ରାଫ

ରାଜ୍ୟରେ ଉପରତଳ ମୁହାଁ କରୋନା ଗ୍ରାଫ
SHARE NOW :

ଭୁବନେଶ୍ୱର(ଲାଇଭ ଓଡିଶା ନ୍ୟୁଜ) ଗତ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶା ରେ ୪୦୭ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୩୮ ଜଣ କ୍ୱାରେଣ୍ଟାଇନ୍ ରୁ ଓ ୧୬୯ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ଚିହ୍ନଟ ହୋଇଥିବା ମୋଟ ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୭୪ ଜଣ ଶିଶୁ ରହିଛନ୍ତି ।


ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୬୭ଜଣ ଚିହ୍ନଟ ହୋଇଥିବା ବେଳେ, ଅନୁଗୁଳରୁ ୨ଜଣ, ବାଲେଶ୍ୱରରୁ ୧୬ଜଣ, ବରଗଡ଼ରୁ ଜଣେ, ଭଦ୍ରକରୁ ୨ଜଣ, କଟକରୁ ୬୩ଜଣ, ଦେଓଗଡ଼ରୁ ୨ଜଣ, ଜଗତସିଂହପୁରରୁ ୧୮ଜଣ, ଯାଜପୁରରୁ ୧୭ଜଣ, କଳାହାଣ୍ଡିରୁ ୩ଜଣ, କେନ୍ଦ୍ରାପଡ଼ାରୁ ୧୦ଜଣ, କୋରାପୁଟରୁ ୩ଜଣ, ମାଲକାନଗିରିରୁ ୩ଜଣ, ମୟୁରଭଞ୍ଜରୁ ୨୬ଜଣ, ନୟାଗଡ଼ରୁ ୫ଜଣ, ପୁରୀରୁ ୧୯ଜଣ, ସମ୍ବଲପୁରରୁ ୧୧ଜଣ, ସୁନ୍ଦରଗଡ଼ରୁ ୨ଜଣ, ଷ୍ଟେଟପୁଲ୍ରୁ ୩୯ଜଣ ରହିଛନ୍ତି ।

ଅନ୍ୟ ପକ୍ଷରେ ଗତ ୨୪ ଘଣ୍ଟା ମଧ୍ୟରେ ୬ଜଣ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି । ମୃତକଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲ୍ଲାରୁ ୫ଜଣ ରହିଥିବା ବେଳେ କଟକ ଜିଲ୍ଲାରୁ ଜଣେ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୨୨୦କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

Leave a Reply

Your email address will not be published. Required fields are marked *

Related Posts