ରାଜ୍ୟରେ ପୁଣି ୬୪୯ କରୋନା ପଜିଟିଭ ଚିହ୍ନଟ

SHARE NOW :
ଭୁବନେଶ୍ୱର (ଲାଇଭ ଓଡ଼ିଶା ନ୍ୟୁଜ୍):ରାଜ୍ୟରେ ଗତ ୨୪ ଘଣ୍ଟାରେ ୬୪୯ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବର୍ଗର ୧୦୩ ଜଣ ଅଛନ୍ତି। ମୋଟ ଆକ୍ରାନ୍ତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନ୍ରୁ ୩୮୧ ଚିହ୍ନଟ ହୋଇଥିବା ବେଳେ ୨୬୮ଟି ଲୋକାଲ କେସ୍ ରହିଛି । ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୩୫ ପଜିଟିଭ ଚିହ୍ନଟ ହୋଇଛନ୍ତି।
କଟକରୁ ୮୪, ପଜିଟିଭ ଚିହ୍ନଟ ହୋଇଥିବା ବେଳେ ଜଗତସିଂହପୁରରୁ ୩୭, ବାଲେଶ୍ୱରରୁ ୩୭, ମୟୂରଭଂଜରୁ ୩୦, ସୁନ୍ଦରଗଡ଼ରୁ ୨୫ କେନ୍ଦ୍ରାପଡ଼ାରୁ ୨୪, ବରଗଡ଼ରୁ ୨, ଭଦ୍ରକରୁ ୬, ବଲାଙ୍ଗିରରୁ ୫, ବୌଦ୍ଧରୁ ୧, ଦେବଗଡ଼ରୁ ୧, ଢେଙ୍କାନାଳରୁ ୨, ଗଜପତିରୁ ୧, ଗଂଜାମରୁ ୫, ଯାଜପୁରରୁ ୩୦, ଝାରସୁଗୁଡ଼ାରୁ ୬, କଳାହାଣ୍ଡି଼ରୁ ୨, କନ୍ଧମାଳରୁ ୨, କେନ୍ଦୁଝରରୁ ୯, କୋରାପୁଟରୁ ୫, ମାଲକାନଗିରିରୁ ୧, ନବରଙ୍ଗପୁରରୁ ୬, ନୟାଗଡ଼ରୁ ୬, ନୂଆପଡ଼ାରୁ ୨, ପୁରୀରୁ ୧୭, ରାୟଗଡ଼ାରୁ ୩, ସମ୍ବଲପୁରରୁ ୯, ଅନୁଗୋଳ ଜିଲ୍ଲାରୁ ୯ଜଣଓ ଷ୍ଟେଟ୍ ପୁଲ୍ରୁ ୫୨ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି।
ଅନ୍ୟପକ୍ଷରେ ରାଜ୍ୟରେ କରୋନାରେ ପ୍ରାଣ ହରାଇଥିବା ଆଉ ୬ ଜଣଙ୍କ ସଂପର୍କରେ ସ୍ୱାସ୍ଥ୍ୟ ବିଭାଗ ତରଫରୁ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ କରୋନାରେ ୮,୦୯୮ ଜଣଙ୍କ ମୃତ୍ୟୁ ଘଟିଛି।
ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୧୬ ହଜାର ୩୬୨କୁ ବୃଦ୍ଧି ପାଇଛି। ସେମାନଙ୍କ ମଧ୍ୟରୁ ୧୦,୦୧୨୫୪ ସୁସ୍ଥ ହୋଇ ସାରିଥିବା ବେଳେ ୬,୯୫୭ ଜଣ ଚିକିତ୍ସାଧୀନ ଅଛନ୍ତି।