FOLLOW US ON SOCIAL

  1. Home
  2. »
  3. ଟ୍ରେଣ୍ଡିଙ୍ଗ ନ୍ୟୁଜ୍
  4. »
  5. ୧୪ରେ ପ୍ରକାଶ ପାଇବ ଯୁକ୍ତ ୨ କଳା ଓ ଧନ୍ଦାମୂଳକ ପରୀକ୍ଷାଫଳ

୧୪ରେ ପ୍ରକାଶ ପାଇବ ଯୁକ୍ତ ୨ କଳା ଓ ଧନ୍ଦାମୂଳକ ପରୀକ୍ଷାଫଳ

୧୪ରେ ପ୍ରକାଶ ପାଇବ ଯୁକ୍ତ ୨ କଳା ଓ ଧନ୍ଦାମୂଳକ ପରୀକ୍ଷାଫଳ
SHARE NOW :

ଭୁବନେଶ୍ୱର (ଲାଇଭ୍ ଓଡ଼ିଶା ନ୍ୟୁଜ୍‌): ପ୍ରକାଶ ପାଇବ ଯୁକ୍ତ ୨ ପରୀକ୍ଷାଫଳ । ଆସନ୍ତାକାଲି ଅର୍ଥାତ୍ ୧୪ ତାରିଖରେ ଯୁକ୍ତ ୨ କଳା ଓ ଧନ୍ଦାମୂଳକ ପରୀକ୍ଷାଫଳ ପ୍ରକାଶ ପାଇବ । ପରୀକ୍ଷା ଫଳ ପ୍ରକାଶ ପାଇବା ନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ସୂଚନା ମିଳିଛି । orissaresults.nic.in ଓ୍ବେବସାଇଟ୍‌ରେ ଉପଲବ୍ଧ ହେବ ରେଜଲ୍ଟ ।

ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ କାର୍ଯ୍ୟାଳୟରେ ରେଜଲ୍ଟ ପ୍ରକାଶ ପାଇବ । କୋଭିଡ୍‌ କଟକଣା ଯୋଗୁଁ ଚଳିତବର୍ଷ ପରୀକ୍ଷା ଫଳ ପ୍ରକାଶ ପାଇବାରେ ବିଳମ୍ବ ହୋଇଥିଲା । ଉଲ୍ଲେଖଯୋଗ୍ୟ ଯେ, ଚଳିତବର୍ଷ କଳାରେ ୨ ଲକ୍ଷ ୨୦ ହଜାର ୪୩୭ ଛାତ୍ରଛାତ୍ରୀ ପଞ୍ଜୀକରଣ କରିଥିଲେ । ସେହିପରି ଧନ୍ଦାମୂଳକ ଶିକ୍ଷାରେ ୭ ହଜାର ୩୨ ଜଣ ଛାତ୍ରଛାତ୍ରୀ ପଞ୍ଜୀକରଣ କରିଛନ୍ତି ।

Leave a Reply

Your email address will not be published. Required fields are marked *

Related Posts