ରାଜ୍ୟରେ ୨୪ଘଣ୍ଟାରେ ୫୫୬ ପଜିଟିଭ ଚିହ୍ନଟ, ଖୋର୍ଦ୍ଧା ଉପରୁ ହଟୁନି ବିପଦ

SHARE NOW :
ଭୁବନେଶ୍ୱର(ଲାଇଭ ଓଡିଶା ନ୍ୟୁଜ) : ରାଜ୍ୟରେ ଗତ ୨୪ଘଣ୍ଟାରେ ୫୫୬ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଆଜି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ୩୨୪ଜଣ କ୍ୱାରେଣ୍ଟାଇନରୁ ଥିବା ବେଳେ ୨୩୨ଟି ଲୋକାଲ କେସ୍ ରହିଛି । ସେହପରି ୧୮ବର୍ଷରୁ କମ୍ ବୟସ ମଧ୍ୟରେ ୮୭ଜଣ ରହିଛନ୍ତି ।
ମୋଟ ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୩୦୫ଜଣ ରହିଥିବା ବେଳେ, ଅନୁଗୁଳ ଜିଲ୍ଲାରୁ ୫ଜଣ, ବାଲେଶ୍ୱର ଜିଲ୍ଲାରୁ ୧୦ଜଣ, ଭଦ୍ରକ ଜିଲ୍ଲାରୁ ୮ଜଣ, ବଲାଙ୍ଗୀର ଜିଲ୍ଲାରୁ ଜଣେ, ବୌଦ୍ଧ ଜିଲ୍ଲାରୁ ୭ଜଣ, କଟକ ଜିଲ୍ଲାରୁ ୪୧ଜଣ, ଢେଙ୍କାନାଳ ଜିଲ୍ଲାରୁ ଜଣେ, ଗଞ୍ଜାମ ଜିଲ୍ଲାରୁ ୩ଜଣ, ଜଗତସିଂହପୁର ଜିଲ୍ଲାରୁ ୧୧ଜଣ, ଯାଜପୁର ଜିଲ୍ଲାରୁ ୧୧ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୫ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୮ଜଣ, କେନ୍ଦୁଝର ଜିଲ୍ଲାରୁ ୩ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୩୦୫ଜଣ, କୋରାପୁଟ ଜିଲ୍ଲାରୁ ୩ଜଣ, ମାଲକାନଗିରି ଜିଲ୍ଲାରୁ ଜଣେ, ମୟୁରଭଞ୍ଜ ଜିଲ୍ଲାରୁ ୧୫ଜଣ, ପୁରୀ ଜିଲ୍ଲାରୁ ୧୨ଜଣ, ସମ୍ବଲପୁର ଜିଲ୍ଲାରୁ ୧୭ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୮ଜଣ, ଷ୍ଟେଟ ପୁଲ୍ରୁ ୭୧ଜଣ ରହିଛନ୍ତି ।
ତେବେ ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ ସଂକ୍ରମିତଙ୍କ ସଂଖ୍ୟା ୧୦୩୫୯୭୩ରେ ପହଞ୍ଚିଛି । ଏଥି ମଧ୍ୟରୁ ୪୮୪୬ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୦୨୨୭୮୦ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୧୧୭୫୪୭୬ ସାମ୍ପୁଲ ଟେଷ୍ଟ୍ ହୋଇଛି ।