FOLLOW US ON SOCIAL

  1. Home
  2. »
  3. Breaking News
  4. »
  5. ରାଜ୍ୟରେ ୫୨୧ ନୂଆ କରୋନା ସଂକ୍ରମିତ ଚିହ୍ନଟ, ୬ଆକ୍ରାନ୍ତଙ୍କ ମୃତ୍ୟୁ

ରାଜ୍ୟରେ ୫୨୧ ନୂଆ କରୋନା ସଂକ୍ରମିତ ଚିହ୍ନଟ, ୬ଆକ୍ରାନ୍ତଙ୍କ ମୃତ୍ୟୁ

ରାଜ୍ୟରେ ଉପର ମୁହାଁ ହେଉଛି କରୋନା ଗ୍ରାଫ୍
SHARE NOW :

ଭୁବନେଶ୍ୱର(ଲାଇଭ ଓଡିଶା ନ୍ୟୁଜ): ରାଜ୍ୟରେ ଉପରତଳ ହେଉଛି କରୋନାଗ୍ରାଫ । ଏନେଇ ଚିନ୍ତାପ୍ରକଟ କରିଛନ୍ତି ସ୍ୱାସ୍ଥ୍ୟ ବିଶେଷଜ୍ଞ । ରାଜ୍ୟରେ ଗତ ୨୪ ଘଣ୍ଟାରେ ୫୨୧ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ ୧୮ ବର୍ଷରୁ କମ୍ ବର୍ଗର ୬୫ ଆକ୍ରାନ୍ତ ଅଛନ୍ତି ଓ ୬ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ କ୍ୱାରେଣ୍ଟିନରୁ ୩୦୪ ଚିହ୍ନଟ ହୋଇଥିବା ବେଳେ ଲୋକାଲ କେସ୍ ୨୧୭ ରହିଛି। ଖୋର୍ଦ୍ଧାରୁ ସର୍ବାଧିକ ୨୪୯ ପଜିଟିଭ୍ ବାହାରିଛନ୍ତି। ରାଜ୍ୟର ଅନ୍ୟ ଜିଲ୍ଲାରେ କରୋନା ସଂକ୍ରମଣ ଧୀରେ ଧୀରେ କମୁ ଥିବାବେଳେ ଖୋର୍ଦ୍ଧା ଜିଲ୍ଲାରେ ସର୍ବାଧିକ ଆକ୍ରାନ୍ତ ଚିହ୍ନଟ ହେଉଛନ୍ତି। ଚିହ୍ନଟ ନୂଆ ୫୨୧ ଆକ୍ରାନ୍ତଙ୍କ ମଧ୍ୟରୁ ଅନୁଗୁଳରୁ ୨ ଜଣ, ବାଲେଶ୍ୱରରୁ ୧୭ ଜଣ, ବରଗଡ଼ରୁ ୩ ଜଣ, ଭଦ୍ରକରୁ ୩ ଜଣ, ବଲାଙ୍ଗିରରୁ ୪ ଜଣ, ବୌଦ୍ଧରୁ ଜଣେ, କଟକରୁ ୬୦ ଜଣ, ଢେଙ୍କାନାଳରୁ ୨ ଜଣ, ଗଞ୍ଜାମରୁ ୩ ଜଣ, ଜଗତସିଂହପୁରରୁ ୧୫ ଜଣ, ଯାଜପୁରରୁ ୯ ଜଣ, ଝାରସୁଗୁଡ଼ାରୁ ୨ ଜଣ, କଳାହାଣ୍ଡିରୁ ୩ ଜଣ, କେନ୍ଦ୍ରାପଡ଼ାରୁ ୧୪ ଜଣ, କେନ୍ଦୁଝରରୁ ୪ ଜଣ, ଖୋର୍ଦ୍ଧାରୁ ୨୪୯ ଜଣ, କୋରାପୁଟରୁ ୬ ଜଣ, ମୟୁରଭଞ୍ଜରୁ ୨୧ ଜଣ, ନୟାଗଡ଼ରୁ ୯ ଜଣ, ପୁରୀରୁ ୧୩ ଜଣ, ରାୟଗଡ଼ାରୁ ଜଣେ, ସମ୍ବଲପୁରରୁ ୯ ଜଣ, ସୁନ୍ଦରଗଡ଼ରୁ ୮ ଜଣ ଓ ଷ୍ଟେଟ ପୁଲ୍ରୁ ୬୧ ଜଣ ଚିହ୍ନଟ ହୋଇଛନ୍ତି ।

Leave a Reply

Your email address will not be published. Required fields are marked *

Related Posts