FOLLOW US ON SOCIAL

  1. Home
  2. »
  3. ରାଜ୍ୟ
  4. »
  5. ରାଜ୍ୟରେ ଆଉ ୫୬୫ ଜଣ କରୋନା ସଂକ୍ରମିତ ଚିହ୍ନଟ

ରାଜ୍ୟରେ ଆଉ ୫୬୫ ଜଣ କରୋନା ସଂକ୍ରମିତ ଚିହ୍ନଟ

ରାଜ୍ୟରେ ଆଉ ୫୬୫ ଜଣ କରୋନା ସଂକ୍ରମିତ ଚିହ୍ନଟ
SHARE NOW :

ଭୁବନେଶ୍ୱର,୨୯.୯ (ଲାଇଭ୍ ଓଡିଶା ନ୍ୟୁଜ୍ ): ଗତ ୨୪ ଘଣ୍ଟାରେ ରାଜ୍ୟରେ ୫୬୫ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୬୩ ଜଣ ୧୮ ବର୍ଷରୁ କମ୍ ବର୍ଗର। ୫୬୫ ସଂକ୍ରମିତଙ୍କ ମଧ୍ୟରୁ ୩୨୮ ଜଣ କ୍ୱାରେଣ୍ଟାଇନ୍ରେ ଥିଲେ। ବାକି ୨୩୭ଟି ହେଉଛି ଲୋକାଲ୍ କେସ୍। । ଏ ନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚିତ କରାଯାଇଛି ।

ଚିହ୍ନଟ ହୋଇଥିବା ୫୬୫ ଜଣଙ୍କ ମଧ୍ୟରୁ ଅନୁଗୁଳରୁ ୮ ଜଣ, ବାଲେଶ୍ୱରରୁ ୨୮ ଜଣ, ବରଗଡ଼ରୁ ୨ ଜଣ, ଭଦ୍ରକରୁ ୬ ଜଣ, କଟକରୁ ୬୧ ଜଣ, ଦେବଗଡ଼ରୁ ୩ ଜଣ, ଢେଙ୍କାନାଳରୁ ୫ ଜଣ, ଗଞ୍ଜାମରୁ ୪, ଜଗତସିଂହପୁରରୁ ୨୦ ଜଣ, ଯାଜପୁରରୁ ୨୮ ଜଣ, ଝାରସୁଗୁଡ଼ାରୁ ୨ ଜଣ, କନ୍ଧମାଳରୁ ୫ ଜଣ, କେନ୍ଦ୍ରାପଡ଼ାରୁ ୪ ଜଣ, କେନ୍ଦୁଝରରୁ ୪ ଜଣ, ଖୋର୍ଦ୍ଧାରୁ ୨୫୬ ଜଣ, କୋରାପୁଟରୁ ୪, ମୟୁରଭଞ୍ଜରୁ ୨୬ ଜଣ, ନୟାଗଡ଼ରୁ ୨ ଜଣ, ନୂଆପଡ଼ାରୁ ୩, ପୁରୀରୁ ୧୨ ଜଣ, ରାୟଗଡ଼ାରୁ ୨ ଜଣ, ସମ୍ୱଲପୁରରୁ ୧୧ ଜଣ, ସୁନ୍ଦରଗଡ଼ରୁ ୬ ଜଣ ଓ ଷ୍ଟେଟ ପୁଲରୁ ୫୬ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।
ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୧୦,୨୫,୮୭୪ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ଭିତରୁ ୧୦,୨୨,୧୧୬ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୫୫୧୩ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି। ସେହିପରି କରୋନାରେ ପ୍ରାଣ ହରାଇଥିବା ଆଉ ୫ଜଣଙ୍କ ସଂପର୍କରେ ସରକାର ତଥ୍ୟ ଦେଇଛନ୍ତି। ଏହା ସହିତ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮,୧୯୨କୁ ବୃଦ୍ଧି ପାଇଛି। ଏହି ୫ଜଣଙ୍କ ମଧ୍ୟରେ ଖୋର୍ଦ୍ଧାରୁ ୨, ପୁରୀ, ଜଗତସିଂହପୁର ଓ ଭଦ୍ରକରୁ ଜଣେ ଲେଖାଏଁ ଆଖି ବୁଜି ଛନ୍ତି।

Leave a Reply

Your email address will not be published. Required fields are marked *

Related Posts