FOLLOW US ON SOCIAL

  1. Home
  2. »
  3. ଟ୍ରେଣ୍ଡିଙ୍ଗ ନ୍ୟୁଜ୍
  4. »
  5. ରାଜ୍ୟସଭା ପାଇଁ ପ୍ରାର୍ଥିପତ୍ର ଦାଖଲ କରୁଛନ୍ତି ୪ ବିଜେଡି ପ୍ରାର୍ଥୀ

ରାଜ୍ୟସଭା ପାଇଁ ପ୍ରାର୍ଥିପତ୍ର ଦାଖଲ କରୁଛନ୍ତି ୪ ବିଜେଡି ପ୍ରାର୍ଥୀ

ରାଜ୍ୟସଭା ପାଇଁ ପ୍ରାର୍ଥିପତ୍ର ଦାଖଲ କରୁଛନ୍ତି ୪ ବିଜେଡି ପ୍ରାର୍ଥୀ
SHARE NOW :

ଭୁବନେଶ୍ୱର (ଲାଇଭ ଓଡ଼ିଶା): ରାଜ୍ୟସଭା ପାଇଁ ଆଜି ନାମାଙ୍କନ ଦାଖଲ କରୁଛନ୍ତି ୪ ବିଜେଡି ପ୍ରାର୍ଥୀ । ସୁଲତା ଦେଓ, ମାନସ ମଙ୍ଗରାଜ, ସସ୍ମିତ ପାତ୍ର ଓ ନିରଞ୍ଜନ ବିଶି ଭରୁଛନ୍ତି ନାମାଙ୍କନ । ଦଳର ବରିଷ୍ଠ ବିଧାୟକଙ୍କ ଉପସ୍ଥିତିରେ ବିଧାନସଭା ସଚିବାଳୟ ପରିସରରେ ନାମାଙ୍କନ ଦାଖଲ ହେଉଛି । ସଂଖ୍ୟା ଦୃଷ୍ଟିରୁ ଶାସକ ଦଳର ପ୍ରାର୍ଥୀ ନିଦ୍ୱର୍ନ୍ଦରେ ନିର୍ବାଚିତ ହେବେ । ଆସନ୍ତା ଜୁନ୍ ୧୦ରେ ରାଜ୍ୟର ତିନିଟି ରାଜ୍ୟସଭା ସଭ୍ୟ ପଦବୀ ପାଇଁ ନିର୍ବାଚନ ହେବ । ସେହିପରି ଜୁନ୍ ୧୩ ତାରିଖରେ ଗୋଟିଏ ରାଜ୍ୟସଭା ଆସନ ପାଇଁ ଉପନିର୍ବାଚନ ହେବ । ଏଥିପାଇଁ ଜୁନ୍ ୨ ତାରିଖ ନାମାଙ୍କନ ଦାଖଲର ଶେଷ ଦିନ ରହିଛି । ପୂର୍ଣ୍ଣକାଳୀନ କାର୍ଯ୍ୟକାଳ ଥିବା ତିନି ଆସନ ପାଇଁ ମାନସ ମଙ୍ଗରାଜ, ସସ୍ମିତ ପାତ୍ର ଓ ସୁଲତା ଦେଓ ପ୍ରାର୍ଥିପତ୍ର ଦାଖଲ କରୁଛନ୍ତି । ସେହିପରି ସୁବାସ ସିଂଙ୍କ ଇସ୍ତଫା ପରେ ଖାଲି ପଡିଥିବା ଆସନ ପାଇଁ ପ୍ରାର୍ଥିପତ୍ର ଦାଖଲ କରୁଛନ୍ତି ନିରଞ୍ଜନ ବିଶି ।

Leave a Reply

Your email address will not be published. Required fields are marked *

Related Posts