FOLLOW US ON SOCIAL

  1. Home
  2. »
  3. Breaking News
  4. »
  5. ପ୍ରସୂତି ବିଭାଗରୁ ଶିଶୁ ଚୋରୀ

ପ୍ରସୂତି ବିଭାଗରୁ ଶିଶୁ ଚୋରୀ

ପ୍ରସୂତି ବିଭାଗରୁ ଶିଶୁ ଚୋରୀ
SHARE NOW :

ସୁବର୍ଣ୍ଣପୁର(ଲାଇଭ ଓଡିଶା ନ୍ୟୁଜ): ସୁବର୍ଣ୍ଣପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟର ସ୍ତ୍ରୀ ଓ ପ୍ରସୂତି ବିଭାଗ ୱାର୍ଡରୁ ନବଜାତ ଶିଶୁ ଚୋରୀ ହୋଇଥିବା ଅଭିିଯୋଗ ହୋଇଛି ।ଗତକାଲି ବୀରମହାରାଜପୁର ଉପଖଣ୍ଡ ଷଣ୍ଢା ଗାଁର ଗଜେନ୍ଦ୍ର ତାଣ୍ଡି ନିଜ ପତ୍ନୀ ସଂନ୍ତୋଷିନୀଙ୍କୁ ପ୍ରସୂତି କାଳୀନ କଷ୍ଟ ହେବାରୁ ସ୍ତ୍ରୀ ଓ ପ୍ରସୂତି ବିଭାଗରେ ଭର୍ତ୍ତି କରିଥିଲେ । ତେବେ ଗତକାଲି ସକାଳ ୯ ଟା ୧୫ ମିନିଟରେ ସନ୍ତୋଷିନୀ ଏକ ଶିଶୁ କନ୍ୟାକୁ ଜନ୍ମ ଦେଇଥିଲେ ।ସ୍ତ୍ରୀ ଓ ପ୍ରସୂତି ବିଭାଗରେ ଶଯ୍ୟା ଅଭାବରୁ ମା ଓ ଶିଶୁ ଉଭୟେ ପ୍ରସୂତି ୱାର୍ଡର ବାରଣ୍ଡାରେ ଆଶ୍ରୟ ନେଇ ଚିକିତ୍ସିତ ହେଉଥିଲେ । ସନ୍ତୋଷିନୀଙ୍କ ସହିତ ତାଙ୍କ ଶାଶୁ ମଧ୍ୟ ରହିଥିଲେ । ଆଜି ସନ୍ତୋଷିନୀ ଶୌଚ ହେବା ପାଇଁ ଯିବା ସମୟରେ ତାଙ୍କ ଶାଶୁ ଶିଶୁ କନ୍ୟାଟିକୁ ଧରିଥିଲେ । ଜଣେ ମହିଳା ତାଙ୍କ ପାଖକୁ ଆସି କନ୍ୟାସନ୍ତାନ ଟିକୁ ଧରିବା ପାଇଁ କହି ସନ୍ତୋଷିନୀଙ୍କ ଶାଶୁଙ୍କ କୋଳରୁ ନେଇ ଯାଇଥିଲେ । ତେବେ ଅଳ୍ପ ସମୟ ଭିତରେ କନ୍ୟା ସନ୍ତାନଟିକୁ ଧରି ମହିଳା ଜଣକ କୁଆଡେ ଫେରାର ମାରିଥିଲେ ବୋଲି ମୁଖ୍ୟ ଚିକିତ୍ସାଳୟ କର୍ତ୍ତୃପକ୍ଷଙ୍କ ପାଖରେ ଅଭିଯୋଗ ହୋଇଛି । ଶିଶୁ ଚୋରୀ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ପ୍ରଥମ ଘଟଣା ହୋଇଥିବା ବେଳେ ଶିଶୁ କନ୍ୟାର ଖୋଜ ଖବର ପାଇଁ ଚିକିତ୍ସାଳୟ କର୍ତ୍ତୃପକ୍ଷ ସଦର ଟାଉନ ଥାନାରେ ରିପୋର୍ଟ କରିଥିବା ଜଣା ପଡିଛି ।

Leave a Reply

Your email address will not be published. Required fields are marked *

Related Posts