ରାଜ୍ୟରେ ତଳ ମୁହାଁ କରୋନା ଗ୍ରାଫ୍, ଖୋର୍ଦ୍ଧାରୁ ସର୍ବାଧିକ ଚିହ୍ନଟ

SHARE NOW :
ଭୁବନେଶ୍ୱର(ଲାଇଭ ଓଡିଶା ନ୍ୟୁଜ) ଗତ ୨୪ ଘଣ୍ଟା ମଧ୍ୟରେ ୪୨୫ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୪୯ ଜଣ କ୍ୱାରେଣ୍ଟାଇନ୍ରୁ ହୋଇଥିବା ବେଳେ ୧୭୬ ଜଣ ଲୋକାଲ୍ କେସ୍ ରହିଛନ୍ତି । ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୭୧ ଜଣ ପଜିଟିଭ ରହିଛନ୍ତି ।
ମୋଟ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୧୧ଜଣ ଚିହ୍ନଟ ହୋଇଥିବା ବେଳେ, ଅନୁଗୁଳ ଜିଲ୍ଲାରୁ ୨ଜଣ, ବାଲେଶ୍ୱର ଜିଲ୍ଲାରୁ ୧୫ଜଣ, ଭଦ୍ରକ ଜିଲ୍ଲାରୁ ୧୧ଜଣ, କଟକ ଜିଲ୍ଲାରୁ ୪୦ଜଣ, ଦେଓଗଡ଼ ଜିଲ୍ଲାରୁ ୬ଜଣ, ଢେଙ୍କାନାଳ ଜିଲ୍ଲାରୁ ୩ଜଣ, ଗଜପତି ଜିଲ୍ଲାରୁ ୪ଜଣ, ଜଗତସିଂହପୁର ଜିଲ୍ଲାରୁ ୧୦ଜଣ, ଯାଜପୁର ଜିଲ୍ଲାରୁ ୧୧ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୨ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୩ଜଣ, କେନ୍ଦୁଝର ଜିଲ୍ଲାରୁ ଜଣେ, କୋରାପୁଟ ଜିଲ୍ଲାରୁ ଜଣେ, ମୟୁରଭଞ୍ଜ ଜିଲ୍ଲାରୁ ୨୦ଜଣ, ନବରଙ୍ଗପୁର ଜିଲ୍ଲାରୁ ଜଣେ, ନୟାଗଡ଼ ଜିଲ୍ଲାରୁ ୬ଜଣ, ନୂଆପଡ଼ା ଜିଲ୍ଲାରୁ ୩ଜଣ, ପୁରୀ ଜିଲ୍ଲାରୁ ୮ଜଣ, ରାୟଗଡ଼ା ଜିଲ୍ଲାରୁ ୪ଜଣ, ସମ୍ବଲପୁର ଜିଲ୍ଲାରୁ ୧୪ଜଣ, ସୋନପୁର ଜିଲ୍ଲାରୁ ଜଣେ, ସୁନ୍ଦରଗଡ଼ ଜିଲ୍ଲାରୁ ୩ଜଣ, ଷ୍ଟେଟ ପୁଲ୍ରୁ ୪୫ଜଣ ରହିଛନ୍ତି ।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ଆଜିର ନୂଆ ଆକ୍ରାନ୍ତଙ୍କୁ ମିଶାଇ ମୋଟ୍ ୧୦୩୮୮୩୬ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୪୫୫୪ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୦୨୫୯୧୭ଜଣ ସୁସ୍ଥ ହୋଇଛନ୍ତି ।