ରାଜ୍ୟରେ ଉପର ମୁହାଁ ହେଉଛି କରୋନା ଗ୍ରାଫ୍

SHARE NOW :
ଭୁବନେଶ୍ୱର(ଲାଇଭ ଓଡିଶା ନ୍ୟୁଜ): ଗତ କିଛିଦିନର ବ୍ୟବଧାନ ପରେ ରାଜ୍ୟରେ ୬୦୦ରୁ ଅଧିକ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ରାଜ୍ୟରେ ଗତ ୨୪ଘଣ୍ଟା ମଧ୍ୟରେ ୬୫୨ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୧୮ ବର୍ଷରୁ କମ୍ ବୟସର ୯୨ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ମୋଟ ଆକ୍ରାନ୍ତଙ୍କ ମଧ୍ୟରୁ ୩୮୦ଜଣ କ୍ୱାରେଣ୍ଟାଇନରୁ ରହିଥିବା ବେଳେ, ବାକି ୨୭୨ ଟି ଲୋକାଲ କେସ୍ ରହିଛି ।
୬୫୨ ଜଣ ନୂଆ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୩୩୧ ଜଣ ଚିହ୍ନଟ ହୋଇଥିବା ବେଳେ ଅନୁଗୋଳରୁ ଜଣେ, ବାଲେଶ୍ୱରରୁ ୧୯, ବରଗଡ଼ରୁ ୩, ଭଦ୍ରକରୁ ୭, ବଲାଙ୍ଗିରରୁ ୩, କଟକରୁ ୭୦, ଦେବଗଡ଼ରୁ ଜଣେ, ଢେଙ୍କାନାଳରୁ ଜଣେ, ଗଜପତିରୁ ୬, ଗଞ୍ଜାମରୁ ୬, ଜଗତସିଂହପୁରରୁ ୧୫, ଯାଜପୁରରୁ ୧୦, ଝାରସୁଗୁଡ଼ାରୁ ଜଣେ, କେନ୍ଦ୍ରାପଡ଼ାରୁ ୨୬, କୋରାପୁଟରୁ ଜଣେ, ମୟୂରଭଞ୍ଜରୁ ୨୯, ନୟାଗଡ଼ରୁ ୬, ନୂଆପଡ଼ାରୁ ଜଣେ, ପୁରୀରୁ ୧୪, ରାୟଗଡ଼ାରୁ ୨, ସମ୍ବଲପୁରରୁ ୧୦, ସୋନପୁରରୁ ଜଣେ ଓ ସୁନ୍ଦରଗଡ଼ ଜିଲ୍ଲାରୁ ୧୫ ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଷ୍ଟେଟ୍ ପୁଲ୍ରୁ ୭୩ ଜଣ ପିଜିଟିଭ୍ ଚିହ୍ନଟ ହୋଇଛନ୍ତି।
ଏହା ସହିତ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୩୧ ହଜାର ୬୯୬କୁ ବୃଦ୍ଧି ପାଇଥିବା ବେଳେ ସେମାନଙ୍କ ମଧ୍ୟରୁ ୧୦ ଲକ୍ଷ ୧୮ ହଜାର ୩୧୧ ଜଣ ସୁସ୍ଥ ହୋଇସାରିଲେଣି। ୫,୦୮୩ ଜଣ ଏବେ ଚିକିତ୍ସାଧୀନ ଅଛନ୍ତି। ସେହିପରି କରୋନାରେ ପ୍ରାଣ ହରାଇଥିବା ଆଉ ୭ ଜଣଙ୍କ ସଂପର୍କରେ ସରକାରଙ୍କ ପକ୍ଷରୁ ସୂଚନା ଦିଆଯାଇଛି।