- Home
- »
- Breaking News
- »
- ଆସନ୍ତା ୨୪ଘଣ୍ଟାରେ ପ୍ରବଳ ଛେଚିବ ବର୍ଷା, ୭ଜିଲ୍ଲାକୁ ୟେଲୋୱାର୍ଣ୍ଣିଂ ଜାରି କଲା ପାଣିପାଗ
ଆସନ୍ତା ୨୪ଘଣ୍ଟାରେ ପ୍ରବଳ ଛେଚିବ ବର୍ଷା, ୭ଜିଲ୍ଲାକୁ ୟେଲୋୱାର୍ଣ୍ଣିଂ ଜାରି କଲା ପାଣିପାଗ

SHARE NOW :
ଭୁବନେଶ୍ୱର(ଲାଇଭ ଓଡିଶା ନ୍ୟୁଜ): ଭିଜୁଛି ସାରା ଓଡିଶା । ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଜନିତ ବର୍ଷା ଏବେ ଲାଗି ରହିଛି । ଏନେଇ ଆସନ୍ତା ୨୪ଘଣ୍ଟା ମଧ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏନେଇ ୭ ଜିଲ୍ଲାକୁ ୟୋଲୋୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ଲଘୁଚାପ ଏବେ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ସକ୍ରିୟ ରହିଛି। ଏହାସହ ଉତ୍ତର ଆଣ୍ଡାମାନ ସାଗରରେ ମଧ୍ୟ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଆସନ୍ତା ୪ ଦିନ ଯାଏଁ ବିଭିନ୍ନ ସ୍ଥାନରେ ଘଡଘଡି ସହ ବର୍ଷା ହେବ। ପୁରୀ, ଖୋର୍ଦ୍ଧା, ଜଗତସିଂହପୁର, କଟକ, କେନ୍ଦ୍ରାପଡ଼ା, ଭଦ୍ରକ ଓ ବାଲେଶ୍ୱର ଜିଲ୍ଲାକୁ ୱେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଆସନ୍ତାକାଲି ପାଇଁ ମୟୂରଭଞ୍ଜ ଓ ବାଲେଶ୍ୱର ଜିଲ୍ଲାକୁ ଜାରି ହୋଇଛି ୟେଲୋ ଓ୍ଵାର୍ଣ୍ଣିଂ । ୧୯ ଓ ୨୦ ତାରିଖରେ ବହୁ ଜିଲ୍ଲାରେ କାଳବୈଶାଖୀ ଓ ବଜ୍ରପାତ ଜନିତ ବର୍ଷା ହେବ ବୋଲି ସତର୍କ ସୂଚନା ଜାରି କରିିଛିି ପାଣିପାଗ ବିଭାଗ ।