FOLLOW US ON SOCIAL

  1. Home
  2. »
  3. ରାଜ୍ୟ
  4. »
  5. ପ୍ରବଳ ବର୍ଷା ନେଇ ୧୮ ଜିଲ୍ଲାକୁ ସତର୍କ ସୂଚନା

ପ୍ରବଳ ବର୍ଷା ନେଇ ୧୮ ଜିଲ୍ଲାକୁ ସତର୍କ ସୂଚନା

ପ୍ରବଳ ବର୍ଷା ନେଇ ୧୮ ଜିଲ୍ଲାକୁ ସତର୍କ ସୂଚନା
SHARE NOW :

ଭୁବନେଶ୍ୱର,୧୯.୯(ଲାଇଭ୍ ଓଡିଶା ନ୍ୟୁଜ୍‌): ଉତ୍ତରପଶ୍ଚିମ ଓ ତତସଂଲଗ୍ନ ବଙ୍ଗୋପସାଗରରେ ସୃଷ୍ଟି ଘୂର୍ଣ୍ଣିବଳୟ ଏବେ ଉତ୍ତରଓଡ଼ିଶା ଓ ପଶ୍ଚିମବଙ୍ଗ ଉପରେ ସକ୍ରିୟ ରହିଛି । ଏହାର ପ୍ରଭାବରେ ଉତ୍ତର ସହ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।
ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ଖୋର୍ଦ୍ଧା, ପୁରୀ, ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ଢେଙ୍କାନାଳ, ସମ୍ବଲପୁର, ନୂଆପଡା, ବଲାଙ୍ଗିର, ସୋନପୁର ଏହି ୧୨ଟି ଜିଲ୍ଲାକୁ ପ୍ରବଳ ବର୍ଷା ନେଇ ପାଣିପାଗ ବିଭାଗ ୟେଲୋ ଆଲର୍ଟ ଜାରି କରିଛି । ସେହିଭଳି ୨୧ ତାରିଖ ସକାଳ ଯାଏଁ ପ୍ରବଳ ବର୍ଷା ନେଇ ୮ ଜିଲ୍ଲାକୁ ଦିଆଯାଇଛି ୟେଲୋ ଆଲର୍ଟ । କେନ୍ଦୁଝର, ଝାରସୁଗୁଡ଼ା, ସୁନ୍ଦରଗଡ଼, ସମ୍ବଲପୁର, ଦେବଗଡ଼, ବରଗଡ଼, ନୂଆପଡ଼ା ବଲାଙ୍ଗିରରେ ପ୍ରବଳ ବର୍ଷା ସମ୍ଭାବନା ରହିଛି ।

Leave a Reply

Your email address will not be published. Required fields are marked *

Related Posts