- Home
- »
- Breaking News
- »
- ଆଗାମୀ ୨୪ଘଣ୍ଟାରେ ରାଜ୍ୟରେ ପ୍ରବଳରୁ ପ୍ରବଳ ବର୍ଷା ସମ୍ଭାବନା
ଆଗାମୀ ୨୪ଘଣ୍ଟାରେ ରାଜ୍ୟରେ ପ୍ରବଳରୁ ପ୍ରବଳ ବର୍ଷା ସମ୍ଭାବନା

SHARE NOW :
ଭୁବନେଶ୍ୱର(ଲାଇଭ ଓଡିଶା ନ୍ୟୁଜ): ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହୋଇଥିବା ବେଳେ ରାଜ୍ୟରେ ୧୬ରୁ ଦୁଇଦିନ ଧରି ପ୍ରବଳ ବର୍ଷା ଲାଗି ରହିବ । ଆଗାମୀ ୨୪ ଘଣ୍ଟାରେ ଏହା ପଶ୍ଚିମ-ଉତ୍ତର ପଶ୍ଚିମ ଦିଗରେ ଗତି କରି ଦକ୍ଷିଣ ଓଡ଼ିଶା ଓ ଉତ୍ତର ଆନ୍ଧ୍ର ଉପକୂଳ ହେବ ସମ୍ଭାବନା ରହିଥିବା ସୂଚନା ଦେଇଛନ୍ତି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ଆସନ୍ତା ୨୪ ଘଣ୍ଟାରେ ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାର କେତେକ ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହୋଇପାରେ । ମୁଖ୍ୟତଃ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ, ଗଞ୍ଜାମ, ଗଜପତି, ମୟୂରଭଞ୍ଜ ଓ ଢେଙ୍କାନାଳ ଜିଲାରେ ବଜ୍ରପାତ ସହ ହାଲୁକାରୁ ମଧ୍ୟମ ଧରଣ ବର୍ଷା ସମ୍ଭାବନା ରହିଛି ।୧୬ ତାରିଖରୁ ଲଘୁଚାପ ପ୍ରଭାବରେ ବର୍ଷା ହେବ । ଗଞ୍ଜାମ, ପୁରୀ, ଜଗତସିଂହପୁର ଓ କେନ୍ଦ୍ରାପଡା ଜିଲ୍ଲାର ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ୧୭ରେ ମୟୂରଭଞ୍ଜ, ବାଲେଶ୍ୱର ଓ ଭଦ୍ରକ ଜିଲ୍ଲାର ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ଆଶଙ୍କା ଥିବାରୁ ଏସବୁ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ ଦେଇଛି ପାଣିପାଗ ବିଭାଗ ।