FOLLOW US ON SOCIAL

  1. Home
  2. »
  3. ରାଜ୍ୟ
  4. »
  5. ଭୟ ବଢ଼ାଉଛି ଲଘୁଚାପ ବର୍ଷା: ୫ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି

ଭୟ ବଢ଼ାଉଛି ଲଘୁଚାପ ବର୍ଷା: ୫ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି

ଭୟ ବଢ଼ାଉଛି ଲଘୁଚାପ ବର୍ଷା: ୫ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି
SHARE NOW :

ଭୁବନେଶ୍ୱର,୨୯.୯ (ଲାଇଭ୍ ଓଡିଶା ନ୍ୟୁଜ୍): ରାଜ୍ୟର ଭୟ ବଢାଉଛି ଲଘୁଚାପ ବର୍ଷା । କିଛି ଦିନ ତଳେ ଲଘୁଚାପ ଜନିତ ବର୍ଷା ଯୋଗୁଁ ରାଜ୍ୟର ଅବସ୍ଥା ବେହାଲ ହୋଇଯାଇଥିବା ବେଳେ ସଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଆଉ ଏକ ଲଘୁଚାପ ।ଏନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି ।

ଫଳରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ପଶ୍ଚିମବଙ୍ଗ ଓ ଝାଡ଼ଖଣ୍ଡ ନିକଟବର୍ତ୍ତୀ ଉତ୍ତର ଓଡ଼ିଶାର ଜିଲ୍ଲାରେ ପ୍ରବଳ ବର୍ଷା ହେବା ସମ୍ଭାବନା ରହିଛି । ଏନେଇ ବାଲେଶ୍ୱର, ଭଦ୍ରକ, ମୟୂରଭଞ୍ଜ, କେନ୍ଦ୍ରାପଡା ଓ ଯାଜପୁର ଜିଲ୍ଲାରେ ବର୍ଷା କୁ ନେଇ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି । ଆସନ୍ତାକାଲି ପର୍ଯ୍ୟନ୍ତ ଅନ୍ୟ ଜିଲ୍ଲାରେ ସ୍ୱଳ୍ପରୁ ମଧ୍ୟମ ବର୍ଷା ହେବା ନେଇ ଆକଳନ କରାଯାଇଛି । ଉପରମୁଣ୍ଡରେ ବର୍ଷା ଯୋଗୁ ବୁଢାବଳଙ୍ଗ ଏବଂ ସୁବର୍ଣ୍ଣରେଖା ନଦୀର ଜଳସ୍ତର ବଢିବ । ବନ୍ୟା ଆଶଙ୍କା ନେଇ କେଦ୍ରୀୟ ଜଳ ଆୟୋଗଙ୍କୁ ଅବଗତ କରାଯାଇଛି ।

ଏହି ସମୟରେ ସମୁଦ୍ର ଅଶାନ୍ତ ରହିବାର ସମ୍ଭାବନା ଥିବାରୁ ୩୦ ତାରିଖ ଯାଏ ସମୁଦ୍ର ଭିତରକୁ ଯିବାକୁ ମତ୍ସ୍ୟଜୀବୀମାନଙ୍କୁ ବାରଣ କରାଯାଇଛି ।

Leave a Reply

Your email address will not be published. Required fields are marked *

Related Posts