FOLLOW US ON SOCIAL

  1. Home
  2. »
  3. Breaking News
  4. »
  5. କେନ୍ଦୁଝର ସଦର ବିଧାୟକ ମୋହନ ମାଝିଙ୍କ ଗାଡିକୁ ବୋମା ମାଡ

କେନ୍ଦୁଝର ସଦର ବିଧାୟକ ମୋହନ ମାଝିଙ୍କ ଗାଡିକୁ ବୋମା ମାଡ

କେନ୍ଦୁଝର ସଦର ବିଧାୟକ ମୋହନ ମାଝିଙ୍କ ଗାଡିକୁ ବୋମା ମାଡ
SHARE NOW :

କେନ୍ଦୁଝର(ଲାଇଭ ଓଡିଶା ନ୍ୟୁଜ): କେନ୍ଦୁଝର ଟାଉନ ଥାନା ମଣ୍ଡୁଆ ଅରଡେଇ ନଦୀ ନିକଟରେ ବିଧାୟକ ମୋହନ ଚରଣ ମାଝିଙ୍କ ଗାଡିକୁ ଦୁଇ ଜଣ ଦୁର୍ବୁତ୍ତ ଏକ ମୋଟର ସାଇକଲରେ ଆସି ବୋମାମାଡ କରିଥିଲେ । ବିଧାୟକ ଏକ ମିଟିଙ୍ଗ ରୁ ଘରକୁ ଫେରୁଥିବା ବେଳେ ଜଣେ ପିଲା ହାତରେ ଦୁଇଟି ବମ ଧରି ଗାଡ଼ି ସମୁଖକୁ ହଠାତ ଆସି ଗାଡ଼ି ଉପରକୁ ଗୋଟିଏ ବୋମା ଫିଙ୍ଗିଥିଲା । ପରେ ଅଙ୍ଗରଖି ଓ ଡ୍ରାଇଭର ଗାଡି ରୁ ଓହ୍ଲାଇ ବାରୁ ପୁଣିଥରେ ଅନ୍ୟ ଏକ ବୋମା ବିଧାୟକଙ୍କ ଗାଡ଼ି ଉପରକୁ ଫୋପାଡ଼ି ଦୃଢ ଗତିରେ ନରଣ ପୁରରେଲୱେ ଷ୍ଟେସନ ଆଡ଼େ ପଳାଇ ଯାଇଥିଲେ । ମୋହନ ଙ୍କ ଗାଡ଼ି ତାଙ୍କୁ ପିଛା କରିଥିଲେ ସୁଧା ଅଣଓସାରିଆ ରାସ୍ତାର ସୁଯୋଗ ନେଇ ସେମାନେ ଖସି ଯିବାରେ ସଫଳ ହୋଇଥିଲେ । ଏହାପରେ ବିଧାୟକ ଟାଉନ ଥାନାରେ ଲିଖିତ ଅଭିଯୋଗ କରିବା ପରେ ପୋଲିସ ଘଟଣା ସ୍ଥଳକୁ ଯାଇ ତଦନ୍ତ କରିବା ସହ ବିଭିନ୍ନ ସ୍ଥାନରେ ନାକା ବନ୍ଦି କରି ଦୁର୍ବୁତ କୁ ଧରିବାକୁ ଚେଷ୍ଟା ଜାରି ରଖିଛି । ଏହି ଘଟଣାକୁ ମୋହନ ମାଝି ବିଜେଡ଼ିର ରାଜ୍ୟ ଯୁବ ଉପ ସଭାପତି ସୋମ୍ୟ ଶଙ୍କର ଚକ୍ର ( ରାଜା ଚକ୍ର ) କରାଇଥିବା ସିଧାସଳଖ ଅଭିଯୋଗ କରିଛନ୍ତି ।

Leave a Reply

Your email address will not be published. Required fields are marked *

Related Posts