- Home
- »
- Breaking News
- »
- ବଙ୍ଗୋପସାଗରରେ ଲଘୁଚାପ, ଆସନ୍ତା ୨ ଦିନ ପାଇଁ ଭିଜିବ ସବୁ ଜିଲ୍ଲା
ବଙ୍ଗୋପସାଗରରେ ଲଘୁଚାପ, ଆସନ୍ତା ୨ ଦିନ ପାଇଁ ଭିଜିବ ସବୁ ଜିଲ୍ଲା

SHARE NOW :
ଭୁବନେଶ୍ୱର(ଲାଇଭ ଓଡିଶା ନ୍ୟୁଜ): ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ । ଆସନ୍ତା ୨ ଦିନ ପର୍ଯ୍ୟନ୍ତ ସବୁ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ଅନୁମାନ । ଏନେଇ ସତର୍କ ସୂଚନା ଜାରି କଲା ପାଣିପାଗ ବିଭାଗ । ଏହି ସମୟ ମଧ୍ୟରେ ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି ଜିଲ୍ଲାର ଗୋଟିଏ ବା ୨ଟି ସ୍ଥାନରେ ବର୍ଷା ହୋଇପାରେ। ନବରଂଗପୁର, ଗଂଜାମ, କଳାହାଣ୍ଡି ଓ କନ୍ଧମାଳ ଜିଲ୍ଲାର କିଛି ସ୍ଥାନରେ ସାମାନ୍ୟ ବର୍ଷା ଆଶଙ୍କା ଥିବାବେଳେ ରାଜ୍ୟର ଅନ୍ୟ ଜିଲ୍ଲା ଗୁଡ଼ିକରେ ପାଗ ଶୁଖିଲା ରହିବ। ଦକ୍ଷିଣ ଓଡ଼ିଶାର କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି। ଏ ନେଇ ସ୍ୱତନ୍ତ୍ର ରିଲିଫ କମିସନର (ଏସ୍ଆରସି) ପକ୍ଷରୁ ସମସ୍ତ ଜିଲ୍ଲାପାଳ ମାନଙ୍କୁ ଚିଠି ପତ୍ରରେ କୁହାଯାଇଛି ବର୍ଷା ନେଇ ଜନସାଧାରଣଙ୍କ ମଧ୍ୟରେ ସଚେତନତାର ବାର୍ତ୍ତା ଦିଆଯାଉ। ସମ୍ଭାବ୍ୟ ବର୍ଷା ମୁକାବିଲା ଜିଲ୍ଲା ପ୍ରଶାସନ ପକ୍ଷରୁ ଆବଶ୍ୟକ ପଦକ୍ଷେପ ନିଆଯାଉ।