FOLLOW US ON SOCIAL

  1. Home
  2. »
  3. ରାଜ୍ୟ
  4. »
  5. କଟକରେ ମେଗା ଓମଫେଡ୍ ଡାଏରୀ

କଟକରେ ମେଗା ଓମଫେଡ୍ ଡାଏରୀ

କଟକରେ ମେଗା ଓମଫେଡ୍ ଡାଏରୀ
SHARE NOW :

( ଲାଇଭଓଡିଶା ନ୍ୟୁଜ )ରାଜ୍ୟର ବିକାଶରେ ମୁଖ୍ୟମନ୍ତ୍ରୀ ସବୁବେଳେ ଆଗୁଆ । ନୂଆ ନୂଆ ବିକାଶ ଯୋଜନା ଏବଂ ନୂଆ ନୂଆ ପଦ୍ଧତିରେ ରାଜ୍ୟକୁ ବିକାଶ ଆଡକୁ ଅଗ୍ରସର କରୁଛନ୍ତି ।କଟକ ଅରିଲୋରେ ଅତ୍ୟାଧୁନିକ ମେଗା ଓମଫେଡ୍ ଡାଏରୀ ପ୍ଲାଣ୍ଟର ଲୋକାର୍ପଣ କରିଛନ୍ତି । ଏହି ପ୍ଲାଣ୍ଟରୁ ଦୈନିକ ୫ଲକ୍ଷ ଲିଟର ଦୁଗ୍ଧ ଉତ୍ପାଦନ ହେବ । ଏବଂ ଏହି ଯୋଜନା ପୂରବର୍ତ୍ତି ସମୟରେ ୧୦ ଲକ୍ଷ ଲିଟରକୁ ବୃଦ୍ଧି ପାଇବ । ସେହିପରି ଦୈନିକ ୨ ଲକ୍ଷ ଲିଟର ଗୁଣ୍ଡ ଦୁଗ୍ଧ ଉତ୍ପାଦିତ ହେବ । ୨୬୩ କୋଟି ଟଙ୍କା ବ୍ୟୟରେ ହୋଇଛି ଏହି ଦୁଗ୍ଧ ପ୍ରକ୍ରିୟାକରଣ ପ୍ଲାଣ୍ଟ । ଏଥିରେ ନିଯୁକ୍ତି ବଢିବା ସହ ୬ ଲକ୍ଷ ଦୁଗ୍ଧ ଚାଷୀ ଉପକୃତ ହେବେ। ସ୍କୁଲ, କଲେଜ, ଛାତ୍ରଛାତ୍ରୀଙ୍କ ସହ ବହୁ ପରିଦର୍ଶକ ବୁଲି ପାରିବେ । ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିକାଶ ବିଭାଗ ପକ୍ଷରୁ ପ୍ରତିଷ୍ଠା ହୋଇଥିବା ଏହି ପ୍ଲାଣ୍ଟ ରାଜ୍ୟରେ ଦୁଗ୍ଧ ଓ ଦୁଗ୍ଧ ଜାତ ସାମଗ୍ରୀ ଉତ୍ପାଦନ, ବଣ୍ଟନ ଓ ନିଯୁକ୍ତି କ୍ଷେତ୍ରରେ ଅଧିକ ସୁଯୋଗ ସୃଷ୍ଟି କରିବ ।ଏହି ପଦ୍ଧତିରେ ପନୀର ଓ ଫ୍ଳେଭର ମିଲ୍କ ମଧ୍ୟ ଉତ୍ପାଦନ କରାଯିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ଏହା ଦ୍ୱାରା ଚାଷୀମାନଙ୍କ ରୋଜଗାର ବଢ଼ିବ । ସବୁ କାର‌୍ୟ୍ୟମର ଲକ୍ଷ୍ୟ ଚାଷୀଙ୍କ ଆୟ ବଢ଼ାଇବା ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ପ୍ରସେସିଂ ପ୍ଳାଣ୍ଟ ଆଦି ନିର୍ମାଣ ପାଇଁ ରାଜ୍ୟ ସରକାର ୫୦ ଲକ୍ଷ ଟଙ୍କା ସବସିଡି ଦିଆଯାଉଥିବା କହିଛନ୍ତି ।ଏହି ପ୍ରକଲ୍ପର ଉଦଘାଟନ ସମୟରେ ମୁଖ୍ୟମନ୍ତ୍ରୀ ଉପସ୍ଥିତ ରହି ନିଜର ଖୁସି ବ୍ୟକ୍ତ କରିଛନ୍ତି ।

Leave a Reply

Your email address will not be published. Required fields are marked *

Related Posts