FOLLOW US ON SOCIAL

  1. Home
  2. »
  3. ଟ୍ରେଣ୍ଡିଙ୍ଗ ନ୍ୟୁଜ୍
  4. »
  5. ଆଗାମୀ ଦୁଇଦିନ ରାଜ୍ୟରେ ମଧ୍ୟମ ଧରଣର ବର୍ଷା ସମ୍ଭାବନା

ଆଗାମୀ ଦୁଇଦିନ ରାଜ୍ୟରେ ମଧ୍ୟମ ଧରଣର ବର୍ଷା ସମ୍ଭାବନା

ଆଗାମୀ ଦୁଇଦିନ ରାଜ୍ୟରେ ମଧ୍ୟମ ଧରଣର ବର୍ଷା ସମ୍ଭାବନା
SHARE NOW :

ଭୁବନେଶ୍ୱର(ଲାଇଭ ଓଡିଶା ନ୍ୟୁଜ): ରାଜ୍ୟରେ ଆଜିଠାରୁ ପାଣିପାଗରେ ପରିବର୍ତ୍ତନ ଦେଖାଯିବ । ଗତ କିଛିଦିନ ହେବ ରାଜ୍ୟରେ ବର୍ଷାର ପ୍ରଭାବ ନଥିବା ବେଳେ ଆସନ୍ତା ୨ତାରିଖ ଯାଏଁ ପାଗରେ ପରିବର୍ତ୍ତନ ଥିବା ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । ଏନେଇ ଶ୍ରୀଲଙ୍କା ଉପକୂଳସ୍ଥ ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗର ତଥା ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଉପରେ ରହିଥିବା ଲଘୁଚାପର ପ୍ରଭାବରେ ସମାନ୍ତରାଳ ଭାବେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି ।

ଓଡ଼ିଶାର ୭ଟି ଜିଲ୍ଲାରେ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ଏହିସବୁ ଜିଲ୍ଲାଗୁଡ଼ିକ ହେଲା ଗଜପତି, ଗଞ୍ଜାମ, କନ୍ଧମାଳ, ରାୟଗଡ଼ା, କୋରାପୁଟ ଓ ମାଲକାନଗିରି।
ସୂଚନାଯୋଗ୍ୟ, ଗତ ୨୪ଘଣ୍ଟାରେ ଉତ୍ତର ଉପକୂଳ ଓଡ଼ିଶାର କେତେକ ସ୍ଥାନରେ ରାତ୍ରି ତାପମାତ୍ରା କମିବାର ନଜିର ରହିଛି। କିନ୍ତୁ ଅବଶିଷ୍ଟ ଓଡ଼ିଶାରେ ତାପମାତ୍ରା ସ୍ଥିର ରହିଛି। ଅପରପକ୍ଷେ ୩୧ ତାରିଖ ଦିନ ଉତ୍ତର ଉପକୂଳ ଓଡ଼ିଶା ଓ ଦକ୍ଷିଣ ଉପକୂଳ ଓଡ଼ିଶାର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମଧରଣର ବର୍ଷା ହୋଇଯାଇଛି। ଆଜି ମଧ୍ୟ କଟକ, ଭୁବନେଶ୍ବର ସମେତ ରାଜ୍ୟର ଅଧିକାଂଶ ସ୍ଥାନରେ କୋହଲା ପାଗ ପରିଲକ୍ଷିତ ହୋଇଛି।

Leave a Reply

Your email address will not be published. Required fields are marked *

Related Posts